Report Card Odisha

| Daily Odia News

ହୀରାକୁଦ ଖୋଲିଲା ଆଉ ୫ଗେଟ୍…..

ରିପୋର୍ଟ କାର୍ଡ / ସମ୍ବଲପୁର

ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲା ହୋଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ୫ଟି ଗେଟ୍ ଖୋଲାଯାଇଛି। ପରେ ଆଉ ୫ଟି ଗେଟ୍ ଖୋଲିବାର ଯୋଜନା ରହିଛି ବୋଲି ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ଆନନ୍ଦ ସାହୁ କହିଛନ୍ତି। ଜଳଭଣ୍ଡାରକୁ ସେକେଣ୍ଡ ପିଛା ୨ ଲକ୍ଷ ୯୬ ହଜାର ୭ ଶହ ୪୩ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ, ୩୯ ହଜାର ୯୫୭ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଏବେ ଜଳଭଣ୍ଡାରରେ ଜଳସ୍ତର ୬୧୨ ଦଶମିକ ୪୭ ଫୁଟ୍ ରହିଛି। ଗେଟ୍ ଖୋଲିବା ପୂର୍ବରୁ ସକାଳ ୯ଟା ୩୦ରୁ ସାଇରନ୍ ବଜାଇ ତଳମୁଣ୍ଡ ଲୋକଙ୍କୁ ସତର୍କ କରାଯାଇଥିଲା।

Breaking News