ରିପୋର୍ଟ କାର୍ଡ / ସମ୍ବଲପୁର
ଆଜି ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଡ୍ୟାମର ୭ଟି ଗେଟ୍ ଖୋଲାଯାଇଛି। ଏହା ସହିତ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରିଛି ହୀରାକୁଦ ଡ୍ୟାମ୍। ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ଡ୍ୟାମ୍ର ବାମ ପାର୍ଶ୍ୱର ୭ ନମ୍ବର ସ୍ଲୁଇସ ଗେଟ୍ ଖୋଲା ଯାଇଥିଲା। ପରେ ଆଉ ୬ଟି ଗେଟ୍ ଖୋଲା ଯାଇଥିଲା। ଏବେ ବାମ ପାଶ୍ୱର ୫ଟି ଓ ଦକ୍ଷିଣ ପାର୍ଶ୍ୱର ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ଆଜି ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍ ଖୋଲାଯାଇଥିବା ବେଳେ ଆହୁରି ୧୩ଟି ଗେଟ୍ ଖୋଲାଯିବ। ଦୁଇଟି ପର୍ଯ୍ୟାୟରେ ୧୩ଟି ଗେଟ୍ ଖୋଲାଯିବ। ଦିନ ୧୨ଟା ବେଳକୁ ୭ଟି ଓ ଅପରାହ୍ନ ୨ଟା ପରେ ୬ଟି ଗେଟ୍ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଏତେ ସଂଖ୍ୟକ ଗେଟ୍ ଖୋଲିବାକୁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..