ରିପୋର୍ଟ କାର୍ଡ / ସମ୍ବଲପୁର
ଆସନ୍ତା ୧୮ ତାରିଖରେ ଖୋଲିବ ହୀରାକୁଦ ଜଳଭଣ୍ଡାର। ଦିନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଆଜି ନିର୍ଦ୍ଦେଶନାମା ଜଳଭଣ୍ଡାର କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ଡ୍ୟାମ କର୍ତ୍ତୃପକ୍ଷ। ଏନେଇ ଶାଖା ନଦୀ ଫୁଲି ଉଠିବାର ସମ୍ଭାବନା ଥିବାରୁ ନଦୀକୁ ଯିବାକୁ ବାରଣ କରାଯାଇଛି। ସୂଚନା ମୁତାବିକ, ଶୁକ୍ରବର ଏବର୍ଷ ପ୍ରଥମ କରି ଇନଫ୍ଲୋ ୨ ଲକ୍ଷ କ୍ୟୁସେକ୍ ଅତିକ୍ରମ କରିଛି । ଶୁକ୍ରବାର ରାତି ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରକୁ ୨ ଲକ୍ଷ ୧୩ ହଜାର୭୭୯ କ୍ୟୁସେକ୍ ଜଳ ପ୍ରବେଶ କରିଛି । ସେପଟେ, ଜଳସ୍ତର ୬୦୪.୯୫ ଫୁଟ୍ରେ ପହଞ୍ଚିଥିବା ବେଳେ ଏହା ଦୁଇଦିନ ମଧ୍ୟରେ ୬୧୦ ଫୁଟ୍ ଯାଏ ପହଞ୍ଚିବାର ଆକଳନ କରିଛନ୍ତି ବନ୍ଧ କର୍ତ୍ତୃପକ୍ଷ । ଫଳରେ ସୋମବାର ୧୧ଟା ବେଳେ ମହାନଦୀକୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..