ରିପୋର୍ଟ କାର୍ଡ / ସମ୍ବଲପୁର
ବର୍ଷାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରର ବୁଧବାର ଆଉ ୬ଟି ଗେଟ୍ ଖୋଲାଯାଇଛି । ଏହାପରେ ମୋଟ୍ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ହୀରାକୁଦର ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୧୦ ଫୁଟ ଜଳସ୍ତର ରହିଛି । ଉଲ୍ଲେଖଯୋଗ୍ୟ ଯେ, ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାର ମଧ୍ୟରୁ ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା ।






More Stories
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..