ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତର ୧୯୬୪ ଟୋକିଓ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ଜିତିଥିବା ହକି ଦଳର ଅଧିନାୟକ ଚରଣଜିତ୍ ସିଂ ପରଲୋକ ହୋଇଛି । ଗୁରୁବାର ଦିନ ହିମାଚଳ ପ୍ରଦେଶର ଉନାରେ ହୃଦଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଦୀର୍ଘ ସମୟ ଧରି ବାର୍ଦ୍ଧକ୍ୟ ଜନିତ ସମସ୍ୟା ସହ ସଂଗ୍ରାମ କରୁଥିଲେ । ଆଜି ୯୨ ବର୍ଷ ବୟସରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି । ୧୯୬୪ ମସିହାରେ ତାଙ୍କ ନେତୃତ୍ୱରେ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ସ୍ୱର୍ଣ୍ଣ ପଦକ ଜିତିଥିଲା । ଟାଇଟଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ପରାସ୍ତ କରିଥିଲା । ଏହାପୂର୍ବରୁ ୧୯୬୦ ରେ ଭାରତୀୟ ଦଳ ରୋମ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିଲେ ।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..