ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ପ୍ରୀତିଭୋଜନରେ ଆପ୍ୟାୟିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ରହିବେ। ଦାମ୍ପତ୍ୟ ସୁଖ ମିଳିବ।
ବୃଷ: ଅଧିକ ବ୍ୟୟର ସମ୍ମୁଖୀନ ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିପାରନ୍ତି। ଶତ୍ରୁକୁ ବଶ କରିବେ।
ମିଥୁନ: ଆୟ ଆଶାନୁରୂପ ହେବ। ଶରୀର ସୁସ୍ଥ ରହିବ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।
କର୍କଟ: ସୁଖ-ସମ୍ମାନ ଲାଭକରିପାରନ୍ତି। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
ସିଂହ: ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ବିଳାସ-ବ୍ୟସନ ଯୋଗ ଅଛି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭବାନ୍ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ୟ୍ୟ ସ୍ଥଗିତ ରଖିବାକୁ ପଡ଼ିବ।
ତୁଳା: ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ୟ୍ୟବାନ୍ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।
ବିଛା: ନିଜର କର୍ମକୁଶଳତା ପାଇଁ ଗର୍ବିତ ହୋଇପାରନ୍ତି। ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଲୋକପ୍ରିୟ ହେବେ।
ମକର: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ବ ଯୁକ୍ତ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
କୁମ୍ଭ: କର୍ମକ୍ଷେତ୍ର ଉତ୍ସାହଜନକ ହେବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁର କଥାରେ ଅଧସ୍ତନଙ୍କଠାରୁ କାମ ଆଦାୟ କରିବେ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବାର ସମ୍ଭାବନା ରହିଛି।






More Stories
ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ…..
ଆଜି ପବିତ୍ର ଧନତେରାସ…..
ଧନ ଲାଭ କରିବେ…..