ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାତ୍ୟା ଆସାନର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଆଜି ଅଗ୍ନିଶମ ଡିଜି ସନ୍ତୋଷ କୁମାର ଉପାଧ୍ୟାୟ ଏକ ପ୍ରେସମିଟ୍ କରି ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି । ଏନେଇ ଶ୍ରୀ ଉପାଧ୍ୟାୟ ସବିଶେଷ ସୂଚନା ପ୍ରଦାନ କରିଛନ୍ତି । ଏହା ସହ ପ୍ରତି ଜିଲ୍ଲା ହେଡ୍ କ୍ୱାଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସରଞ୍ଜାମଗୁଡ଼ିକୁ ଯାଞ୍ଚ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି । କଟକ, ଭୁବନେଶ୍ୱର ଏବଂ ପୁରୀ ଭଳି ସହରରେ ଜଳ ନିଷ୍କାସନ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି । ତେବେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି । ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତ ନେଇ ଆଜି ଜିଲ୍ଲାପାଳଙ୍କ ସହ ସମୀକ୍ଷା କରିବେ ଏସଆରସି । ଭିଡିଓ କନଫରେନ୍ସଂ ଜରିଆରେ ଜିଲ୍ଲାପାଳଙ୍କ ସହ ବୈଠକ କରିବେ ଏସଆରସି । ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ନେଇ ୧୮ ଜିଲ୍ଲାପାଳଙ୍କୁ ମଧ୍ୟ ସେ ଚିଠି ଲେଖିଛନ୍ତି । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ ଓ କନ୍ଧମାଳ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିବା ଜଣାପଡିଛି । ଏମର୍ଜେନ୍ସି ଅପରେସନ ସେଣ୍ଟର ଓ କଣ୍ଟ୍ରୋଲ ରୁମ୍ ୨୪ ଘଣ୍ଟିଆ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।






More Stories
ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା……
ମା’କୁ ଜାଳିଦେଲେ ପୁଅ…..
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..