ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହଂକଂର ୱାର୍ଲ୍ଡ ଟ୍ରେଡ୍ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। କୁହାଯାଉଛି ଯେ, ନିଆଁ ଲାଗିବା ଯୋଗୁଁ ୱାଲ୍ଡ ଟ୍ରେଡ୍ ସେଣ୍ଟର ଭିତରେ ୩୦୦ରୁ ଅଧିକ ଲୋକ ଫସି ରହିଛନ୍ତି। ସେହିପରି ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କାରାଯାଇଛି। ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିବା ସରକାରୀ ଅଧିକାରୀମାନେ ସୂଚନା ଦେଇଛନ୍ତି। ହଂକଂରେ ଥିବା ଏହି ୱାର୍ଲ୍ଡ ଟ୍ରେଡ୍ ସେଣ୍ଟର ହେଉଛି ସହରର ସବୁଠାରୁ ଲୋକପ୍ରିୟ ମଲ୍। ୩୮ ମହଲା ବିଶିଷ୍ଟ ଏହି ବିଲ୍ଡିଂରେ ଉଭୟ ଅଫିସ୍ ଏବଂ ମଲ୍ ଅଛି। ଏଠାରେ ଭୀଷଣ ନିଆଁ ଲାଗିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି। ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଛି ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ନାହିଁ।






More Stories
ନୀତଶଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ…..
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ: ୧୫ ମୃତ…..
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..