ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ଜ୍ଞାନଗରିମାଯୁକ୍ତ ହେବେ। ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। କର୍ମଚଞ୍ଚଳ ରହିବେ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ।
ବୃଷ : ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି। ଉତ୍ତମ ସ୍ବାସ୍ଥ୍ୟ ଲାଗି ଖାଦ୍ୟରେ ସୁଧାର ହେବା ଉଚିତ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ମିଥୁନ : ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଦୁଶ୍ଚିନ୍ତା ମଧ୍ୟରେ ଗତି କରିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି।
କର୍କଟ : ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରି ପ୍ରଶଂସାର ପାତ୍ର ହେବେ। ସରକାରୀ ସ୍ତରରୁ ସମ୍ମାନ ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟରେ ସଫଳତା ଲାଭ କରିବେ।
ସିଂହ : କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ସେବା ଭାବନାରେ ଉଦ୍ବୁଦ୍ଧ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଶୁଭକାର୍ଯ୍ୟ ପାଇଁ ସ୍ଥିତି ଅନୁକୂଳ ରହିଛି।
କନ୍ୟା : କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପାଇଥିବା କ୍ଷମତାର ସଦ୍ ବ୍ୟବହାର କରି ପ୍ରତିଷ୍ଠା ଅର୍ଜନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ।
ତୁଳା : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିପାରେ। ଜଳଯାତ୍ରାରୁ ନିବୃତ୍ତି ରହିବା ଭଲ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳରେ ସତର୍କ ରହିବେ।
ବିଛା : ଆପଣଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭଦାୟକ ହେବ। ସୁଖବର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସପରିବାର ଆନନ୍ଦ ଉପଭୋଗ କରିବେ।
ଧନୁ : ବିଭିନ୍ନ ସୂତ୍ରରୁ ସହାୟତା ପାଇ ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ଭ୍ରାତୃଭାବ ଅତୁଟ ରହିବ।
ମକର : ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପରୀକ୍ଷାର ପ୍ରସ୍ତୁତି ପାଇଁ ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
କୁମ୍ଭ : ପରିଶ୍ରମ ଅତ୍ୟନ୍ତ କଠିନ ଓ କଷ୍ଟସାଧ୍ୟ ହୋଇପାରେ; ମାତ୍ର ତା’ର ମୂଲ୍ୟ ମିଳିବ। ଗୃହ ପରିବେଶ ଉତ୍ତମ ମାନର ହେବ। କୃଷି କ୍ଷେତ୍ରରୁ ଲାଭବାନ୍ ହେବେ। ଯାନବାହନ ସୁଖ ମିଳିବ। କାର୍ଯ୍ୟଭାର ଅଧିକ ହେବ।
ମୀନ : ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଦେବ ଦର୍ଶନରେ ଆତ୍ମତୃପ୍ତି ଲାଭ କରିବେ। ଲାଗି ରହିଥିବା ଅଶାନ୍ତିରେ ପୂର୍ଣ୍ଣଚ୍ଛେଦ ପଡ଼ିବ। ସରକାରୀ ସ୍ତରରୁ ସୁବିଧା ସୁଯୋଗ ହରାଇ ପାରନ୍ତି।
More Stories
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ…..
ସୁନ୍ଦର ତ୍ୱଚା ପାଇଁ ଘରୋଇ ଉପାୟ…..
ରୂପି ସମସ୍ୟା ଦୂର କରନ୍ତୁ…..