ରିପୋର୍ଟ କାର୍ଡ / ଭୁବନେଶ୍ଵର
ମେଷ: ରବିବାର ଓ ସୋମବାର ପାରିବାରିକ ଶାନ୍ତି ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର କର୍ମକ୍ଷେତ୍ରରେ ପ୍ରତିଷ୍ଠାଯୁକ୍ତ ହେବେ। ଗୁରୁବାର ଓ ଶୁକ୍ରବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶନିବାର ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଶ୍ରୀଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଦେବଦର୍ଶନରେ ଆନନ୍ଦ ପାଇବେ। ମଙ୍ଗଳବାର ଓ ବୁଧବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଗୁରୁବାର ଓ ଶୁକ୍ରବାର ସମୟ ଅନୁକୂଳ ରହିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଶନିବାର ଆୟ ଓ ବ୍ୟୟ ସମାନ ରହିବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଆଘାତପ୍ରାପ୍ତ ହେବେ। ମଙ୍ଗଳବାର ଓ ବୁଧବାର ପରିଶ୍ରମ ଜନିତ କ୍ଳାନ୍ତି ଅନୁଭୂତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ସୁସମ୍ବାଦ ପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଓ ସୋମବାର ପ୍ରୀତି ଲାଭ ହେବ। ମଙ୍ଗଳବାର ଓ ବୁଧବାର ଅଯଥା ହସ୍ତକ୍ଷେପ ହେତୁ ଅପମାନିତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଠିକ୍ ଭାବରେ କାର୍ଯ୍ୟ କରି ସଫଳତା ପାଇବେ। ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।
ସିଂହ: ରବିବାର ଓ ସୋମବାର ମାଲିମକଦ୍ଦମାରେ ବିଜୟୀ ହେବେ। ମଙ୍ଗଳବାର ଓ ବୁଧବାର ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ଗୁରୁବାର ଓ ଶୁକ୍ରବାର ଦୁର୍ଘଟଣା ଗ୍ରସ୍ତ ହୋଇପାରନ୍ତି। ଜଗିରଖି ଚଳିବେ। ଶନିବାର ପରିଶ୍ରମ ଅନୁସାରେ ଫଳ ମିଳିବ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସନ୍ତାନ ଚିନ୍ତା ରହିବ। ଅସୁବିଧାରେ ପଡ଼ିବେ ମଙ୍ଗଳବାର ଓ ବୁଧବାର ପ୍ରତିଯୋଗିତାରେ ବିଜୟୀ ହେବେ। ଗୁରୁବାର ଓ ଶୁକ୍ରବାର ନୂତନ କାର୍ଯ୍ୟେର ଯୋଗଦେବେ। ଶନିବାର ବିବାଦରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପ୍ରତିକ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଲଳିତା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଋଣଗ୍ରସ୍ତ ହେବେ। ମଙ୍ଗଳବାର ଓ ବୁଧବାର ବିଳମ୍ବରେ ସଫଳତା ମିଳିବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ବନ୍ଧୁ ଲାଭ କରିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର କାର୍ଯ୍ୟରେ ବାଧା ଦେଖାଦେବ। ଗୁରୁବାର ଓ ଶୁକ୍ରବାର ସମସ୍ୟାଯୁକ୍ତ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ। ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ରନାମ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦାମ୍ପତ୍ୟରେ ଆନନ୍ଦ ଲାଭ ହେବ। ଅର୍ଥ ପ୍ରାପ୍ତ କରିବେ। ନୂତନ ଗୃହ ଆରମ୍ଭ କରିପାରନ୍ତି। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବା ଉଚିତ। ଶୁକ୍ରବାର ଓ ଶନିବାର ଭାଗ୍ୟରେ ପରିବର୍ତ୍ତନ ଆସିବ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମଙ୍ଗଳବାର ଓ ବୁଧବାର ଅତୀତର କର୍ମକୁ ନେଇ ପଶ୍ଚାତାପ କରିବେ। ଗୁରୁବାର ଓ ଶୁକ୍ରବାର ଶାରୀରିକ ଅସୁସ୍ଥତା ଦେଖାଦେବ। ଶତ୍ରୁଦ୍ବାରା ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ ହେବ। ରିଷ୍ଟଖଣ୍ଡନ ପାଇଁ ଶିବ ସହସ୍ର ନାମ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଆର୍ଥିକ ଅବନତି ଦେଖାଦେବ। ମଙ୍ଗଳବାର ଓ ବୁଧବାର ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ବିଜୟୀ ହେବେ। ଗୁରୁବାର ଓ ଶୁକ୍ରବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶନିବାର ସୁସମ୍ବାଦ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ଅଟକିଥିବା କାର୍ଯ୍ୟ ପରିପୂର୍ଣ୍ଣତା ଲାଭ କରିବ। ମଙ୍ଗଳବାର ଓ ବୁଧବାର ଆୟ ବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବନ୍ଧୁଙ୍କ ଗହଣରେ ବିତିବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁ ତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।






More Stories
ସତର୍କରେ ଚଳିବାକୁ ପଡ଼ିବ……
ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ…..
ଯାନବାହନ ସୁଖ ମିଳିବ……