Report Card Odisha

| Daily Odia News

ରାଶିଫଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ରବିବାର ଜଗିରଖି ଚଳନ୍ତୁ। ଆଘାତ ଲାଗିପାରେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିବେ। ଆର୍ଥିକ ଚିନ୍ତା ଦୂର ହେବ। ବୁଧବାର ଓ ଗୁରୁବାର ସୁସମ୍ବାଦ ପ୍ରାପ୍ତ ହେବ। ବ୍ୟବସାୟରେ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।

ବୃଷ: ରବିବାର ସଫଳତା ପ୍ରାପ୍ତି ହେବ। ସୋମବାର ଓ ମଙ୍ଗଳବାର ସାବଧାନତା ଲୋଡ଼ା। ମାନସିକ ଅବସାଦ ଦେଖାଦେବ। ବୁଧବାର ଓ ଗୁରୁବାର କାର୍ଯ୍ୟ କ୍ଷେତ୍ରରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ରାଜଦଣ୍ଡର ସମ୍ମୁଖୀନ ହେବେ। ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ

ମିଥୁନ: ରବିବାର ଅସୁବିଧାରେ ପଡ଼ିପାରନ୍ତି। ସୋମବାର ଓ ମଙ୍ଗଳବାର ଶ୍ରୀଯୁକ୍ତ ହେବେ। ବୁଧବାର ଓ ଗୁରୁବାର ପ୍ରଗତିରେ ପଥରୋଧ ହେବ। ଶାରୀରିକ ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର କ୍ରିୟାଶୀଳ ହେବେ। ସମୟର ସଦୁପଯୋଗ କରିବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।

କର୍କଟ: ରବିବାର ଶତ୍ରୁକୁ ପରାସ୍ତ କରିବେ। ସୋମବାର ଓ ମଙ୍ଗଳବାର ବିବଦମାନ ପରିସ୍ଥିତିରେ ପଡ଼ିପାରନ୍ତି। ବୁଧବାର ଓ ଗୁରୁବାର କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ। ଆୟ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା, ଋଣଗ୍ରସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତି ହେ​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।

ସିଂହ: ରବିବାର ଆଘାତପ୍ରାପ୍ତ ହେ​‌େ​‌ବ। ସୋମବାର ଓ ମଙ୍ଗଳବାର ବନ୍ଧୁ ଲାଭ କରିବେ। ତୀର୍ଥଯାତ୍ରା କରିପାରନ୍ତି। ବୁଧବାର ଓ ଗୁରୁବାର ଖର୍ଚ୍ଚାନ୍ତ ହୋଇ ପାରନ୍ତି। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ଶୁକ୍ରବାର ଓ ଶନିବାର ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭଟ୍ଟାରିକାଷ୍ଟକ ପାଠ କରନ୍ତୁ।

କନ୍ୟା: ରବିବାର ସନ୍ତାନମାନଙ୍କୁ ନେଇ ସମସ୍ୟା ଦେଖାଦେବ। ସୋମବାର ଓ ମଙ୍ଗଳବାର ଅପବାଦର ସମ୍ମୁଖୀନ ହେବେ। ଶାରୀରିକ ଅସୁସ୍ଥତା ଦେଖାଦେବ। ବୁଧବାର ଓ ଗୁରୁବାର ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ପାରିବାରିକ ଶାନ୍ତି ଲାଭ ହେବ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କୁ ଆରାଧନା କରନ୍ତୁ।

ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ଆୟ ବୃଦ୍ଧି ହେବ। ବୁଧବାର ଓ ଗୁରୁବାର ଅସୁବିଧାରେ ପଡ଼ିପାରନ୍ତି। ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ। ପଦମର୍ଯ୍ୟାଦା ବୃଦ୍ଧିହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ମନ୍ତ୍ର ଜପ କରନ୍ତୁ।

ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ବୁଧବାର ଓ ଗୁରୁବାର ଦୂରଯାତ୍ରା କରିପାରନ୍ତି। ସୁସମ୍ବାଦ ପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ବିବାଦରେ ପଡିପାରନ୍ତି। ଶତ୍ରୁ ଦ୍ବାରା ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହଙ୍କ ମନ୍ତ୍ର ଜପ କରନ୍ତୁ।

ଧନୁ: ରବିବାର ଆଘାତ ଲାଗିପାରେ। କର୍ମବନ୍ଧନ ଯୋଗ ସୃଷ୍ଟି ହେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ବିବାଦରେ ବିଜୟୀ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ପ୍ରତିଷ୍ଠାଯୁକ୍ତ ହେବେ। ପ୍ରେମରେ ସଫଳତା ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ର ନାମ ପାଠ କରନ୍ତୁ।

ମକର: ରବିବାର ପରୋପକାରୀ ହେବେ। ସୋମବାର ଓ ମଙ୍ଗଳବାର ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ବୁଧବାର ଓ ଗୁରୁବାର ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତି ହେବ। ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ଆୟ ମଧ୍ୟମ ରହିବ। ଶତ୍ରୁ ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।

କୁମ୍ଭ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଧୈୖର୍ଯ୍ୟ ଆପଣଙ୍କ ଭୂଷଣ ହେବ। ବୁଧବାର ଓ ଗୁରୁବାର ସାମାନ୍ୟ ଅସାବଧାନତା ହେତୁ ବିପଦରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ପାରିବାରିକ ଆନନ୍ଦ ଲାଭ କରିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।

ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସୃଜନଶୀଳ ହେବେ।ବୁଧବାର ଓ ଗୁରୁବାର ଧାର୍ମିକ ଚିନ୍ତାଧାରାଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ସାମାନ୍ୟ ତ୍ରୁଟି ହେତୁ ଭର୍ତ୍ସିତ ହେବେ। ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ସ୍କନ୍ଧ କବଚ ପାଠ କରନ୍ତୁ।

Breaking News