Report Card Odisha

| Daily Odia News

ଜଳଯାତ୍ରା ନ କରିବା ଭଲ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ବୃଷ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷା, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାଭ୍ୟାସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ପ୍ରାପ୍ତ ହେବ।

ମିଥୁନ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଧନସମ୍ପଦ ଭରପୂର ରହିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଗୁଣଜ୍ଞ ହେବେ।
କର୍କଟ : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନାରେ ସୁଫଳ ପାଇବେ। ଧାର୍ମିକ ହୋଇ ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ।

ସିଂହ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପରୋପକାରୀ ହେବେ।
କନ୍ୟା : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ସୁଖୀ ହେବେ।
ତୁଳା : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ବହୁ ସୁଖର ଅଧିକାରୀ ହେବେ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।

ବିଛା : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ସତର୍କରେ ଚଳିବେ।
ଧନୁ : ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ପରୋପକାରୀ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ମକର : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କୁମ୍ଭ : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ, ଧାର୍ମିକ, ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଶୌର୍ଯ୍ୟଶାଳୀ ହୋଇପାରନ୍ତି।
ମୀନ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ।

Breaking News