Report Card Odisha

| Daily Odia News

ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ବୃଷ: ଉଦାର ଚରିତସମ୍ପନ୍ନ ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍ମଠ ହେବେ।

ମିଥୁନ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ସ୍ନେହପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ପରୋପକାରୀ ହେବେ।

କର୍କଟ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।

ସିଂହ: ଆଜି ଏପରି ଗୋଟିଏ ଦିନ, ଯେଉଁଥିରେ କି ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବା ସହିତ ନିଜ ଲୋକଙ୍କୁ ଆପ୍ୟାୟିତ କରିପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି।

କନ୍ୟା: ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ଥଣ୍ଡା, କାଶଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର ଓ କଥାରେ ପରକୁ ଆପଣାର କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

ତୁଳା: କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। କରିତ୍‌କର୍ମା ହେବେ।
ବିଛା: କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛାଭାବ ରହିବ।
ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗବିଳାସରେ ଅତିବାହିତ କରିବେ। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସତର୍କରେ ଚଳି​‌େ​‌ବ।
କୁମ୍ଭ: ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ସେବା ଭାବନାରେ ଉଦ୍‌ବୁଦ୍ଧ ହେବା ସହିତ ପୁଣ୍ୟକର୍ମା ହେବାର ସୂଚନା ମିଳୁଛି।
ମୀନ: ଭ୍ରାତୃଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

Breaking News