Report Card Odisha

| Daily Odia News

ଦାମ୍ପତ୍ୟ ଜୀବନ ସୁଖପ୍ରଦ ରହିବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ନିରୋଗ ତଥା ସୁନ୍ଦର ଶରୀରଯୁକ୍ତ ହେବେ। ସୌଭାଗ୍ୟଶାଳୀ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌ ଓ ସାହସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ରହିବ।

ବୃଷ : ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସର୍ଦି, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିବେ।

ମିଥୁନ : ସମାଜସେବୀ ଭାବେ ବିଭିନ୍ନ ସ୍ତରରେ ଜନସାଧାରରଣଙ୍କ ଆଦରର ପାତ୍ର ହେବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସୁସ୍ଥ ଜୀବନ ବିତାଇବେ।
କର୍କଟ : ଭ୍ରାତୃଭାବ ନିବିଡ଼ ହେବ। ଆୟକୁ ଆକଳନ କରି ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ବିତାଇବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ଜୀବନ ସେବା ମନୋଭାବର ହେବ।
ସିଂହ : କର୍ମଚଞ୍ଚଳ ହେବେ। ହଠାତ୍‌ କିଛି ଅର୍ଥ ମିଳିପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
କନ୍ୟା : ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ତୁଳା : ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।

ବିଛା : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ।

ଧନୁ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନସମ୍ପଦ ଭରପୂର ରହିବ। ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ଉନ୍ନତମାନର ହେବ।

ମକର : କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁର କଥା କହି ଶତ୍ରୁର ମନ କିଣି ପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କୁମ୍ଭ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ମୀନ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

Breaking News