Report Card Odisha

| Daily Odia News

ରାଶିଫଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ରବିବାର ଜଗିରଖି ଚଳିବେ। ସମସ୍ୟା ମଧ୍ୟ ଦେଇ ଗତି କରିବେ। ସୋମବାର ଓ ମଙ୍ଗଳବାର ନୂତନ କାର୍ଯ୍ୟରେ ଯୋଗଦେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ବୁଧବାର ଓ ଗୁରୁବାର ଯାନବାହନଜନିତ ସମସ୍ୟା ଦେଖାଦେବ। ଶତ୍ରୁଦ୍ବାରା ପ୍ରଭାବିତ ହେବେ। ଶୁକ୍ରବାର ଓ ଶନିବାର କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀମାନଙ୍କୁ ମଧ୍ୟମ ଫଳପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାର ଭ୍ରମଣପ୍ରିୟ ହେବେ। ନୂତନ କର୍ମସଂସ୍ଥାନ ପ୍ରାପ୍ତ ହେବ। ସୋମବାର ଓ ମଙ୍ଗଳବାର ଅସୁବିଧାରେ ପଡିପାରନ୍ତି। ବାକ୍‌ସଂଯମୀ ହେବା ଏକାନ୍ତ ଆବଶ୍ୟକ। ବୁଧବାର ଓ ଗୁରୁବାର ଶ୍ରୀଯୁକ୍ତ ହେବେ। କ୍ୟାରିୟର ପ୍ରତି ଯତ୍ନବାନ ହେବେ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ଋଣଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ଯଶ, ମାନ, ଗୌରବର ଅଧିକାରୀ ହେବେ। ବୁଧବାର ଓ ଗୁରୁବାର ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେବ। ଶୁକ୍ରବାର ଓ ଶନିବାର ପ୍ରତିଟି କାର୍ଯ୍ୟକୁ ସମୟ ଅନୁସାରେ ସମାପନ କରି ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନିଜର ବୁଦ୍ଧି ବଳରେ ଶତ୍ରୁକୁ ପରାସ୍ତ କରିବେ। ପରିଶ୍ରମର ଫଳ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଆର୍ଥିକ ଅନିୟମିତତା ଦୂରୀଭୂତ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ଶୁକ୍ରବାର ଓ ଶନିବାର ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ଅସ୍ଥିରମନା ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।
ସିଂହ: ରବିବାର ଭାବିଥିବା କଥାକୁ ଅନ୍ୟ ଆଗରେ ପ୍ରକାଶ କରନ୍ତୁ ନାହିଁ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଆର୍ଥିକ ପ୍ରଗତି ଦେଖାଦେବ। ପାରିବାରିକ ଆନନ୍ଦ ପାଇବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଦୂରଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।

କନ୍ୟା: ରବିବାର ନିଜର କୃତିତ୍ବ ପାଇଁ ପୁରସ୍କୃତ ହେବେ। ସୋମବାର ଓ ମଙ୍ଗଳବାର ଚକ୍ଷୁରେ ସମସ୍ୟା ଦେଖାଦେବ। ବୁଧବାର ଓ ଗୁରୁବାର ଲାଗି ରହିଥିବା ଗଣ୍ଡଗୋଳ ଆପୋସ ଆଲୋଚନାରେ ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଶୁକ୍ରବାର ଓ ଶନିବାର ଆର୍ଥିକ ଲାଭ ହେବ। ଭ୍ରମଣପ୍ରିୟ ହେବେ। ପଦୋନ୍ନତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କୁ ଆରାଧନା କରନ୍ତୁ।

ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ ବନ୍ଧୁ ଲାଭ ହେବ। ବୁଧବାର ଓ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ଆଘାତ ଲାଗିପାରେ। ଦ୍ରବ୍ୟ ଚୋରି ହୋଇପାରେ। ଶୁକ୍ରବାର ଓ ଶନିବାର ପ୍ରଗତିଶୀଳ ହେବେ। ଆର୍ଥିକ ଅନିୟମିତତା ଦୂରୀଭୂତ ହେବ। କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସ୍ତୋତ୍ର ପାଠ କରନ୍ତୁ।

ବିଛା: ରବିବାର ଓ ସୋମବାର ସମସ୍ୟା ସମାଧାନ ପାଇଁ ପ୍ରୟାସ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବ। ନୂତନ ଉଦ୍ୟୋଗ ପ୍ରତିଷ୍ଠା ପାଇଁ ଚେଷ୍ଟା କରିବେ। ଶୁକ୍ରବାର ଓ ଶନିବାର ଋଣକୁ ନେଇ ସମସ୍ୟା ଦେଖାଦେବ। ନିଜ ଉପରୁ ଆସ୍ଥା ହରାଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳପ୍ରାପ୍ତ ହେ​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀ କବଚ ପାଠ କରନ୍ତୁ।

ଧନୁ: ରବିବାର ସାବଧାନତା ଲୋଡ଼ା। ସୋମବାର ଓ ମଙ୍ଗଳବାର ସଫଳତା ଲାଭ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ବିବାହ ପ୍ରସ୍ତାବ ଆସିପାରେ। ସାମାଜିକ ପ୍ରତିଷ୍ଠା ଲାଭ ହେବ। ଦୂରଯାତ୍ରା ସଫଳତା ଆଣିଦେବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ଦାର୍ଶନିକ ଚିନ୍ତାଧାରା ଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।

ମକର: ରବିବାର କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ସୋମବାର ଓ ମଙ୍ଗଳବାର ପ୍ରଗତିରେ ପଥରୋଧ ହେବ। ଯାତ୍ରା କଲାବେଳେ ସାବଧାନତା ଲୋଡ଼ା। ବୁଧବାର ଓ ଗୁରୁବାର ନିଜର ବକ୍ତବ୍ୟ ଦ୍ବାରା ଶତ୍ରୁକୁ ଆପଣାର କରିବେ। ଆୟ ମଧ୍ୟମ ରହିବ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କୁ ଆରାଧନା କରନ୍ତୁ।

କୁମ୍ଭ: ରବିବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ସୋମବାର ଓ ମଙ୍ଗଳବାର ବନ୍ଧୁ ସହଯୋଗ ଲାଭ ହେବ। ବୁଧବାର ଓ ଗୁରୁବାର ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଦେବ। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ସନ୍ତାନ ହେତୁକ ସମସ୍ୟା ଦୂରୀଭୂତ ହେବ। ଋଣମୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀରୁଦ୍ରାଷ୍ଟକ ପାଠ କରନ୍ତୁ।

ମୀନ: ରବିବାର ସମସ୍ୟା ସମାଧାନରେ ବ୍ରତୀ ହେବେ। ସୋମବାର ଓ ମଙ୍ଗଳବାର ଅଯଥା ଖର୍ଚ୍ଚାନ୍ତ ହେତୁ ବ୍ୟସ୍ତ ହେବେ। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ନିଜର ଇଷ୍ଟବୃତ୍ତି ପାଇଁ କାର୍ଯ୍ୟ କରିବେ। ପ୍ରଗତିଶୀଳ ହେବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ପଡ଼ୋଶୀଙ୍କ ସଙ୍ଗେ କଳହ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ର ନାମ ପାଠ କରନ୍ତୁ।

Breaking News