Report Card Odisha

| Daily Odia News

ଦାମ୍ପତ୍ୟ ସୁଖ ମିଳିବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ହେବ। ବ୍ୟବହାର ସୌହାର୍ଦ୍ଦ୍ୟପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ସୁବକ୍ତା ହୋଇପାରନ୍ତି।

ବୃଷ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବ୍ୟବସାୟ ଲାଭଯୁକ୍ତ ହେବ। ଦାମ୍ପତ୍ୟ ସୁଖ ମିଳିବ।

ମିଥୁନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ଥ ଓ ନିରାମୟ ରହିବେ। ଆହାର ସୁସ୍ବାଦୁ ହେବ। କର୍ମଚଞ୍ଚଳ ରହିବେ।

କର୍କଟ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତରେ ସାଧନା ଫଳବତୀ ହେବ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। କ୍ରୋଧୀ ଓ ଅହଂକାରୀ ହେବେ।
ସିଂହ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଆର୍ଥିକ ଅନୁଦାନ ପ୍ରାପ୍ତିର ସୂଚନା ମିଳୁଛି।

କନ୍ୟା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ସୁଖୀ ହେବେ।
ତୁଳା: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା: ଯେସାକୁ ତେସା ନୀତି ଅବଲମ୍ବନ କରିପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରା ବର୍ଜନୀୟ। ସତର୍କତାର ଦିନ ଆଜି।
ଧନୁ: ଜଣେ ସମାଜସେବୀଭାବେ ଜନସାଧାରଣଙ୍କର ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ପତ୍ନୀଙ୍କ ଉପଦେଶରେ ଚଳିବେ।

ମକର: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ମିଳିବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
କୁମ୍ଭ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନ ଲାଭ ହୋଇପାରେ। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ମୀନ: ଉଦାର ସ୍ବଭାବର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ।

 

Breaking News