Report Card Odisha

| Daily Odia News

ଅଟକିଥିବା କାର୍ଯ୍ୟ ସମାପନ ହେବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଆୟ ବୃଦ୍ଧି ହେବ। ପ୍ରତିଷ୍ଠା ଅର୍ଜନ ହେବ। ବୁଧବାର ଓ ଗୁରୁବାର ସାବଧାନତା ଲୋଡ଼ା। ଦୂରଯାତ୍ରା କରିବା ଉଚିତ୍‌ ନୁହେଁ। ଆଘାତ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ସଫଳତା ପ୍ରାପ୍ତ ହେବ। ବନ୍ଧୁ ସହଯୋଗ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀମାନେ ମଧ୍ୟମ ଫଳପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀ ମନ୍ତ୍ର ଜପ କରନ୍ତୁ।

ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆର୍ଥିକସ୍ଥିତି ସୁଦୃଢ଼ ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ ନିଯୁକ୍ତି ମିଳିପାରେ। ବୁଧବାର ଓ ଗୁରୁବାର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। କର୍ମପ୍ରବଣତା ଆପଣଙ୍କର ଭୂଷଣ ହେବ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିପାରନ୍ତି। ଠକାମିର ଶିକାର ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀକମଳାତ୍ମିକା ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଦୂରଯାତ୍ରା ବିଫଳତା ପ୍ରଦାନ କରିପା​ରେ। ସାମାନ୍ୟ ଆଘାତ ପ୍ରାପ୍ତ ହେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଭାଗ୍ୟବାଦୀ ହେବେ। ନୂତନ ଚିନ୍ତାଧାରା ଯୁକ୍ତ ହେବେ। ସାମାଜିକ ପ୍ରତିଷ୍ଠା ଲାଭ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ପ୍ରତିଭାର ବିକାଶ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଅର୍ଜନ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶ ସହସ୍ରନାମ ପାଠ କରନ୍ତୁ।

କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ପଡ଼ୋଶୀଙ୍କ ସହିତ ସାମାନ୍ୟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ। ବୁଧବାର ଓ ଗୁରୁବାର ମଧ୍ୟମ ସଫଳତା ଲାଭ କରିବେ। ଗୁରୁଜନଙ୍କ ଆଶୀର୍ବାଦ ଲାଭ ହେବ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ପଦୋନ୍ନତି ପ୍ରାପ୍ତ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁଶ୍ରୀଶିବ ଆରାଧନା କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମସ୍ୟା ସମାଧାନରେ ବ୍ରତୀ ହେବେ। ଯଶ, ମାନ, ଗୌରବ ପ୍ରାପ୍ତ ହେବ। ନୂତନ ବନ୍ଧୁ ଲାଭ ହେବ। ବୁଧବାର ଓ ଗୁରୁବାର ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ମାନସିକ ଦ୍ବନ୍ଦ୍ବ ଦେଖାଦେବ। ଶୁକ୍ରବାର ଓ ଶନିବାର ପ୍ରେମରେ ସଫଳତା ଲାଭ କରିବେ। ବୈବାହିକ ସମସ୍ୟା ଦୂରୀଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀନାରାୟଣ କବଚ ପାଠ କରନ୍ତୁ।

କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସ୍ତ୍ରୀ ହେତୁକ ଧନଲାଭ ହେବ। ଦୂରଯାତ୍ରା କରିପାରନ୍ତି। ପ୍ରତିଭାର ବିକାଶ ହେବ। ବୁଧବାର ଓ ଗୁରୁବାର ସାମାଜିକ ସ୍ତରରେ ଆଦୃତ ହେବେ। ସମ୍ମାନିତ ହେବେ। ଶୁକ୍ରବାର ଓ ଶନିବାର ଆନନ୍ଦରେ ନିରାନନ୍ଦ ସୃଷ୍ଟି ହେବ। ମା’ଙ୍କର ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ବୁଂ ବୁଧାୟ ନମଃ ମନ୍ତ୍ର ଜପ କରନ୍ତୁ।

ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କରିବେ। ଉଦ୍ୟମେ ସଫଳତା ଲାଭ ହେବ। ବୁଧବାର ଓ ଗୁରୁବାର ଶତ୍ରୁ ପରାସ୍ତ ହେବ। ଦୂରଯାତ୍ରା ସଫଳତା ପ୍ରଦାନ କରିବ। ଶୁକ୍ରବାର ଓ ଶନିବାର ଅବିବାହିତ ପୁରୁଷ ଓ କନ୍ୟାଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ସୁସମ୍ବାଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।

ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମଜନିତ କ୍ଳାନ୍ତି ଅନୁଭୂତ ହେବ। ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ବୁଧବାର ଓ ଗୁରୁବାର ପରିସ୍ଥିତିରେ ପରିବର୍ତ୍ତନ ଆସିବ। ସନ୍ତାନ ହେତୁକ ସମସ୍ୟା ଦୂରୀଭୂତ ହେବ। ଶୁକ୍ରବାର ଓ ଶନିବାର ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀବଜରଙ୍ଗ ବାଣ ପଢ଼ନ୍ତୁ।

ଧନୁ: ରବିବାରରେ ଅସୁବିଧାରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ବିରୋଧାଭାସ ଦେଖାଦେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ସମୟ ଅନୁସାରେ କାର୍ଯ୍ୟକରି ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବନ୍ଧୁ ସହଯୋଗ ଲାଭ କରିବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ମହିଳା ଓ ବିଦ୍ୟାର୍ଥୀମାନେ ପରିଶ୍ରମୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବରାହ କବଚ ପାଠ କରନ୍ତୁ।

ମକର: ରବିବାର ସୁସ୍ବାଦୁଭୋଜନ ପ୍ରାପ୍ତ ହେବ। ଶ୍ରୀଫଳ ଯୁକ୍ତ ହେବେ। ସୋମବାର ଓ ମଙ୍ଗଳବାର କର୍ମକ୍ଷେତ୍ରରେ ଅସହଯୋଗ ପ୍ରାପ୍ତ କରିବେ। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ଆର୍ଥିକ ଅନଟନ ଦୂରୀଭୂତ ହେବ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ଋଣଗ୍ରସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମାଶ୍ରୟୀ ହେବେ। ଆୟମଧ୍ୟମ ରହିବ। ଆଧ୍ୟାତ୍ମିକବାଦୀ ହେବେ। ବୁଧବାର ଓ ଗୁରୁବାର ବାକ୍‌ସଂଯମତା ରକ୍ଷା ନ କଲେ ବିପଦରେ ପଡ଼ିବେ। ଯାତ୍ରାକାଳୀନ ସାବଧାନତା ଲୋଡ଼ା। ଶୁକ୍ରବାର ଓ ଶନିବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଅଟକିଥିବା କାର୍ଯ୍ୟ ସମାପନ ହେବ। ମହିଳା ଓ ବିଦ୍ୟାର୍ଥୀ ଅସୁବିଧାରେ ପଡ଼ିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କାଳୀ କବଚ ପାଠ କରନ୍ତୁ।

ମୀନ: ରବିବାର ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ସୋମବାର ଓ ମଙ୍ଗଳବାର ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତର ସମ୍ମୁଖୀନ ହେବେ। ଦ୍ବନ୍ଦ୍ବ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ର ନାମ ପାଠ କରନ୍ତୁ।

Breaking News