Report Card Odisha

| Daily Odia News

ସର୍ବଜୟୀ ହେବେ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ଆତ୍ମବିଶ୍ବାସୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂର୍ଣ୍ଣ ସମ୍ମାନ ମିଳିବ। ସର୍ବଜୟୀ ହେବେ।

ବୃଷ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚିତ୍ତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ସ୍ବାଦିଷ୍ଟ ଭୋଜନରେ ଆପ୍ୟାୟିତ ହେବେ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବାର ସୁଯୋଗ ଅଛି।

କର୍କଟ:କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ନୀତିନିଷ୍ଠ ହେବେ। ବୁଦ୍ଧିବଳରେ ଅସାଧ୍ୟ ସାଧନ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ।

ସିଂହ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

କନ୍ୟା: କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାର୍ଦ୍ଦ ଚିତ୍ତ ହୋଇପାରନ୍ତି। ଯଶସ୍ବୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ଶୃଙ୍ଗାର ବା ଔଷଧ ବ୍ୟବସାୟ ଲାଭଜନକ ହେବ।

ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଭୋଗୀ ଓ ବିଳାସୀ ହୋଇପାରନ୍ତି।

ବିଛା: କ୍ଳେଶ ସହିଷ୍ଣୁ ହେବେ। କର୍ମପଥରୁ ବିଚ୍ୟୁତ ହେବେ ନାହିଁ। ଆକସ୍ମିକ ସମସ୍ୟାକୁ ଡରିଲେ ସେ ଡରାଇବ, ମାତ୍ର ତା’ର ମୁକାବିଲା କଲେ ସେ ଲୁଚିଯିବ। ବୁଦ୍ଧିବଳରେ ଅସାଧ୍ୟ ସାଧନ କରିପାରନ୍ତି।

ଧନୁ: ସମାଜସେବୀ ଭାବେ ଆଦରଣୀୟ ହେବେ। ‘ଦରିଦ୍ର ନାରାୟଣସେବା’ ଉପରେ ଗୁରୁତ୍ବ ଦେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ମକର: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ନିବିଡ଼ ହେବ। ସୁସ୍ଥ ରହିବେ। ଚତୁର, ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଜନସେବାକୁ ଜୀବନ ବ୍ରତ ଭାବେ ଗ୍ରହଣ କରିପାରନ୍ତି।

କୁମ୍ଭ:କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସ୍ତରରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧର୍ମଧ୍ବଜାଧାରୀ ହେବେ।

ମୀନ: ଉଦାର ସ୍ବଭାବ ସମ୍ପନ୍ନ ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ ହେବେ।

Breaking News