ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଆୟୁଷ୍ମାନ୍ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ଯାନବାହନ ସୁଖ ମିଳିବ। ପରୋପକାରୀ ହେବେ।
ବୃଷ : ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ପାଇ ଭାବବିହ୍ବଳ ହେବେ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
ମିଧୁନ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନାଗମ ହେବ। ସୁଖୀ ହେବେ।
କର୍କଟ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସନ୍ତାନମାନେ ଗୁଣୀ ହେବେ। ବ୍ୟବସାୟ ଲାଭଜନକ ହେବ।
ସିଂହ : ରାଜଯୋଗ ସୃଷ୍ଟି ହୋଇଛି। କର୍ମଚଞ୍ଚଳ ରହିବେ। ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ। ମଧୁର କଥା କହି ପରକୁ ଆପଣାର କରିବାର କଳା ଆପଣଙ୍କଠାରେ ରହିଛି। ସାହସୀ ଓ ଜ୍ଞାନୀ ହେବେ।
କନ୍ୟା : ଆୟୁଷ୍ମାନ୍ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସୂତ୍ରରୁ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ। ଗୃହ ସୁଖ ସହ ଯାନବାହନ ସୁଖ ମିଳିବ।
ତୁଳା : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଆତ୍ମସନ୍ତୋଷ ଲାଭ କରିବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ରହିବ।
ବିଛା : ଭାଗ୍ୟଶାଳୀ ହୋଇପାରନ୍ତି। ସାମୟିକଭାବେ ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ।
ଧନୁ : ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁମାନେ ବଳବାନ୍ ଥାଇ ବି ଆପଣଙ୍କ ବ୍ୟକ୍ତିତ୍ବ ନିକଟରେ ନତମସ୍ତକ ହେବେ। ସତର୍କ ରହିବେ।
ମକର : ଘଟିଥିବା ବନ୍ଧୁମିଳନ ଦ୍ବାରା ଉପକୃତ ହେବେ। ଜଣେ ସମାଜସେବୀ ଭାବେ ଜନସାଧାରଣଙ୍କ ଆଦରରପ୍ରିୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ। ଅହଂନାଶ ହେବ।
କୁମ୍ଭ : ଅତ୍ୟଧିକ ବ୍ୟୟରୁ ଉଧୁରିବା ପାଇଁ ଉଦ୍ୟମ ଜାରି ରଖିବେ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ଆୟୁଷ୍ମାନ୍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ହେବେ।
ମୀନ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପତ୍ନୀ ଆଜ୍ଞାକାରିଣୀ ହେବେ। ତେଜସ୍ବୀ ହେବେ।






More Stories
ସତର୍କ ରହିବା ଭଲ…..
ସତର୍କତାର ସହ ଚଳିବାକୁ ପଡ଼ିବ…..
ଶୁଭ ଫଳ ମିଳିବ…..