Report Card Odisha

| Daily Odia News

ରାଶିଫଳ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ରବିବାର ଶତ୍ରୁ ପରାସ୍ତ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ସୋମବାର ଓ ମଙ୍ଗଳବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଆର୍ଥିକ ସ୍ଥିତିକୁ ନେଇ ପାରିବାରିକ କଳହ ଦେଖାଦେବ। ବୁଧବାର ଓ ଗୁରୁବାର ନୂତନ ଦ୍ରବ୍ୟ ଲାଭ କରିବେ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀବଜରଙ୍ଗ ବାଣ ପାଠ କରନ୍ତୁ।
ବୃଷ: ରବିବାର ସାବଧାନତା ଲୋଡ଼ା। ବିବାଦରେ ପଡ଼ିପାରନ୍ତି। ସୋମବାର ଓ ମଙ୍ଗଳବାର କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ନୂତନ ନିଯୁକ୍ତି ପାଇପାରନ୍ତି। ବୁଧବାର ଓ ଗୁରୁବାର ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ଅସୁବିଧାରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ବନ୍ଧୁ ଲାଭ ହେବ। ପଦମର୍ଯ୍ୟାଦା ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ସୋମବାର ଓ ମଙ୍ଗଳବାର ଯାତ୍ରାକାଳୀନ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ସାମାନ୍ୟ ଆଘାତ ଲାଗିପାରେ। ବୁଧବାର ଓ ଗୁରୁବାର ନୂତନ କାର୍ଯ୍ୟରେ ଯୋଗଦେବେ। ଯଶ, ମାନ ଓ ଗୌରବ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ପିଲାମାନଙ୍କୁ ନେଇ ଚିନ୍ତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଲଳିତାଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଓ ସୋମବାର ସମୟ ଆପଣଙ୍କ ସପକ୍ଷରେ ଯିବ। ଆର୍ଥିକ ଉନ୍ନତି ଦେଖାଦେବ। ମଙ୍ଗଳବାର ଓ ବୁଧବାର ଅଯଥା ସମସ୍ୟାରେ ଛନ୍ଦିହୋଇ ପଡ଼ିବେ। ମାଲିମକଦ୍ଦମାରେ ପରାସ୍ତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହ୍ରିଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ମଧ୍ୟମ ଫଳ ପ୍ରାପ୍ତି ହେବ। ପ୍ରେମକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ଫଳ ପ୍ରଦାନ କରିବ। ସ୍ତ୍ରୀ ହେତୁକ ଭୂମି ଲାଭ ହେବ। ଶୁକ୍ରବାର ଓ ଶନିବାର ଜଗିରଖି ଚଳନ୍ତୁ। ପଡ଼ୋଶୀଙ୍କ ସହ ମତଭେଦ ଦେଖାଦେବ। ଶତ୍ରୁ ଦ୍ବାରା ପରାଭୂତ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ମାତଙ୍ଗୀଙ୍କ କବଚ ପାଠ କରନ୍ତୁ।
କନ୍ୟା: ରବିବାର ଯାତ୍ରାକାଳୀନ ଦୁର୍ଘଟଣାର ସମ୍ମୁଖୀନ ହେବେ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଚାକିରି କ୍ଷେତ୍ରରେ ପଦୋନ୍ନତି ମିଳିବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତ କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।
ତୁଳା: ରବିବାର ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତି ହେବ। ଦୂରଦେଶରୁ ସୁସମ୍ବାଦ ମିଳିପାରେ। ସୋମବାର ମଙ୍ଗଳବାର ଜଗିରଖି ଚଳିବା ଆବଶ୍ୟକ। ଆଘାତପ୍ରାପ୍ତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ସାମାଜିକ କାର୍ଯ୍ୟରେ ପ୍ରତିଷ୍ଠାଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ବନ୍ଧୁଙ୍କ ଗହଣରେ ସମୟ ଅତିବାହିତ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ ଓ ଜଳ ଅର୍ପଣ କରନ୍ତୁ।
ବିଛା: ରବିବାର ସମସ୍ୟା ମୁକ୍ତ ହେବେ। ଦୂରଦେଶକୁ ଯାତ୍ରା କରିପାରନ୍ତି। ସୋମବାର ଓ ମଙ୍ଗଳବାର ସାବଧାନତା ଲୋଡ଼ା। ବୁଧବାର ଓ ଗୁରୁବାର ସନ୍ତାନ ସୁଖ ଲାଭ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଯାନବାହନ ସୌଖ୍ୟପ୍ରାପ୍ତି ହେବ। ଉପରିସ୍ଥ ଅଧିକାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ଆୟ ବୃଦ୍ଧି ହେବ। ମାଲିମକଦ୍ଦମାରେ ବିଜୟୀ ହେବେ। ବୁଧବାର ଓ ଗୁରୁବାର ପ୍ରୀତି ଲାଭ ହେବ। ବିବାହ ପ୍ରସ୍ତାବ ଆସିପାରେ। ଶୁକ୍ରବାର ଓ ଶନିବାର ସମୟ ପ୍ରତିକୂଳ ଦେଇ ଗତି କରିବ। ପାରିବାରିକ ଅଶାନ୍ତି ଦେଖାଦେବ। ଶତ୍ରୁ ବୃଦ୍ଧି ହେବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ତାରାଙ୍କ ମନ୍ତ୍ର ଜପ କରନ୍ତୁ।
ମକର: ରବିବାର ଆର୍ଥିକ ଉନ୍ନତି ଦେଖାଦେବ। ପାରିବାରିକ ଶାନ୍ତି ଲାଭ ହେବ। ସୋମବାର ଓ ମଙ୍ଗଳବାର ଭାବିଚିନ୍ତି କାର୍ଯ୍ୟ କରିବେ। ସନ୍ତାନମାନଙ୍କୁ ନେଇ ଚିନ୍ତାରେ ପଡ଼ିବେ। ବୁଧବାର ଓ ଗୁରୁବାର ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ ଦ୍ରବ୍ୟ ଲାଭ ହେବ। ଶୁକ୍ରବାର ଓ ଶନିବାର ପଦମର୍ଯ୍ୟାଦା ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’କାଳୀଙ୍କର ସହସ୍ରନାମ ପାଠ କରନ୍ତୁ।
କୁମ୍ଭ: ରବିବାର ସୁସମ୍ବାଦ ପ୍ରାପ୍ତ କରିବେ। ଦୂରଯାତ୍ରା କରିପାରନ୍ତି। ସୋମବାର ଓ ମଙ୍ଗଳବାର ସମସ୍ୟାଯୁକ୍ତ ହେବେ। ଅଯଥାରେ ଅପମାନିତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ଆନନ୍ଦ ଚିତ୍ତ ହେବେ। ପିଲାଙ୍କୁ ନେଇ ଗର୍ବ ଅନୁଭବ କରିବେ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଯଶବାନ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ବନ୍ଧୁବାନ୍ଧବଙ୍କ ଆଗମନ ହେବ। ସୋମବାର ଓ ମଙ୍ଗଳବାର ସମସ୍ୟା ମୁକ୍ତ ହେବେ। ବୁଧବାର ଓ ଗୁରୁବାର ଜଗିରଖି ଚଳନ୍ତୁ। ଆଘାତ ପ୍ରାପ୍ତି ହେବ। ଶତ୍ରୁ ଦ୍ବାରା ପରାଭୂତ ହେବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରିବା ବାଞ୍ଛନୀୟ। କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଦୁର୍ଗା ସହସ୍ର ନାମ ପାଠ କରନ୍ତୁ।

Breaking News