ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ଭାଗ୍ୟଶାଳୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ପ୍ରବଳ ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିପାରେ।
ମିଥୁନ: ସମାଜସେବୀଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ସ୍ବୟଂ ସୁକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ବ୍ୟବସାୟ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କର୍କଟ:ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନ ସେବା ପରାୟଣ ହେବ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭ ହୋଇପାରେ। ସରକାରୀ ଓ ବେସରକାରୀ ସୂତ୍ରରୁ ଆର୍ଥିକ ସହାୟତା ମିଳିବ। ବ୍ୟବସାୟ ଅତ୍ୟନ୍ତ ଲାଭପ୍ରଦ ହେବ।
କନ୍ୟା:ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି ଉପରେ ଧ୍ୟାନ ଦେବେ। ଜଳଯାତ୍ରା ନ କରିବା ଭଲ। ଯାନବାହନ ସୁଖ ମିଳିପାରେ।
ତୁଳା: ଆଧ୍ୟାତ୍ମବାଦୀ ହେବେ। ମନ ପ୍ରସନ୍ନ ରହିବ। ଆଚାର, ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂର୍ଣ୍ଣ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।
ବିଛା: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ। ପାରିବାରିକ ସୁଖ ପ୍ରାପ୍ତ ହେବ।
ଧନୁ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ମକର: ଥଣ୍ଡାକଫରେ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ସାହସୀ ଓ ଜ୍ଞାନୀ ହେବେ।
କୁମ୍ଭ:ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ।
ମୀନ: କୁଳ ପ୍ରଦୀପ ହେବେ। ସୁସ୍ଥ, ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ଔଷଧ ବ୍ୟବସାୟରୁ ଲାଭ ମିଳିବ।






More Stories
ସତର୍କ ରୁହନ୍ତୁ…..
କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ…..
ସୁଖୀ ରହିବେ…..