ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ମାଧ୍ୟମରେ ଆଜି ଦିନଟି ଅତିବାହିତ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ପତ୍ନୀଙ୍କ ସହଯୋଗ ମିଳିବ।
ବୃଷ: ଈର୍ଷାଳୁ ସ୍ବଭାବସମ୍ପନ୍ନ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରଙ୍କଠାରୁ ସହଯୋଗ ନ ମିଳିପାରେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି।
ମିଥୁନ: ଜଣେ ସମାଜସେବୀ ଭାବେ ସକଳ କାର୍ଯ୍ୟରେ ଆପଣଙ୍କ ସହଯୋଗ ଲୋକେ ଆଶା କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅହଂକାରକୁ ବର୍ଜନ କରିବେ।
କର୍କଟ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ସୁଖୀ ହେବେ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ହଠାତ୍ କିଛି ଅର୍ଥ ମିଳିବାର ସୁଯୋଗ ଅଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବେ।
କନ୍ୟା:ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ।
ତୁଳା: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସୁଖ ମିଳିବ।
ଧନୁ: ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ। ଗୁରଜନଙ୍କ ଆଶୀର୍ବାଦ ଗ୍ରହଣ କରି ସୁଖୀ ହେବେ। ଚିନ୍ତାଧାରା ଉନ୍ନତମାନର ହେବ।
ମକର: ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଖର୍ଚ୍ଚାନ୍ତ ହେବେ।
କୁମ୍ଭ:ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜ ଦରବାରରୁ ଧନଲାଭ ହେବ। ସୁଖରେ ଜୀବନ ବିତାଇବେ।
ମୀନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ଜାଗ୍ରତ ରହିବ।






More Stories
କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ…..
ସୁଖୀ ରହିବେ…..
ସଂଯମତା ରକ୍ଷା କରନ୍ତୁ…..