Report Card Odisha

| Daily Odia News

ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ଧନାଗମ ହେବ। ସୁଖୀ ହେବେ।

ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।

ମିଥୁନ: କର୍ମଚଞ୍ଚଳ ରହିବେ। ସାମାନ୍ୟ ଥଣ୍ଡା, କ୍ଲେଶ ଅନୁଭବ କରିପାରନ୍ତି। ତପ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କର୍କଟ:ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ସିଂହ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ସତ୍‌ପରାୟଣ ହେବେ।

କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ପ୍ରେମୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା: ଈର୍ଷା ପରାୟଣ ମନୋଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ସତର୍କତାର ଦିନ ଆଜି।

ବିଛା: ଜଣେ ପରୋପକାରୀ ଓ ସମାଜସେବୀଭାବେ ଉଚ୍ଚ ସମ୍ମାନ ଲାଭ କରିବେ। ସେବା ଭାବରେ ଉନ୍ମୁଖ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।

ଧନୁ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଜନସେବାକୁ ଗୁରୁତ୍ବ ଦେବେ।

ମକର: ପ୍ରବଚନର ପ୍ରସ୍ତୁତି ପାଇଁ ନାନା ଧର୍ମୀୟ ପୁସ୍ତକ ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବ୍ୟବସାୟାଦି ବିଭିନ୍ନ ଦିଗରୁ ଧନାଗମ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍ମଚଞ୍ଚଳ ରହିବେ। ଧନଲାଭ ହୋଇପାରେ।

କୁମ୍ଭ:ଉଦାର ସ୍ବଭାବର ହେବେ। ଦାନଧର୍ମକୁ ଶ୍ରେୟ ଦେଇ ପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଜଳଯାତ୍ରାରେ ବିପଦ ରହିଛି। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମୀନ: ଆସ୍ତିକ ମନୋଭାବର ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ଅର୍ଥ ଉପାର୍ଜନ ପାଇଁ ତତ୍ପର ରହିବେ।

Breaking News