ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜଣେ ସଫଳ ଉଦ୍ୟୋଗୀ ହେବେ।
ବୃଷ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଶତ୍ରୁମାନେ କବଳିତ କରିବାକୁ ଉଦ୍ୟମ ଚଳାଇ ପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ।
ମିଥୁନ: ସେବା ଭାବନାରେ ନିମଗ୍ନ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବୀଭାବେ ସୁଖ୍ୟାତି ଅର୍ଜନ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ଉପଦେଶ ଉପାଦେୟ ହୋଇପାରେ।
କର୍କଟ: ଭ୍ରାତୃ ସ୍ନେହରେ ଅନୁବନ୍ଧିତ ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ରହିବେ। ଶକ୍ତିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସେବା ଧେୟ ହେବ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କନ୍ୟା: ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ବୁଦ୍ଧିମାନ୍ ହେବେ।
ତୁଳା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଭକ୍ତି ଓ ଆଦର, ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।
ବିଛା: ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।
ଧନୁ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ।
ମକର: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। କ୍ରୋଧୀ ହେବେ।
କୁମ୍ଭ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲୋଭର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ।
ମୀନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।
More Stories
ମାନ-ସମ୍ମାନ ପ୍ରାପ୍ତ ହେବେ…..
ଉଦ୍ୟୋଗୀ ହେବେ…..
ବନ୍ଧୁପ୍ରେମୀ ହେବେ…..