ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଧନବାନ୍ ହେବେ। ଅପାର ଗୁଣର ଅଧିକାରୀ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହେବେ।
ବୃଷ : ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ସ୍ନେହପୂର୍ଣ୍ଣ କଥାରେ ପରକୁ ଆପଣାର କରିପାରନ୍ତି। ନିରୋଳାରେ କିଛି ସମୟ ବିତାଇ ପାରନ୍ତି। ଖର୍ଚ୍ଚାନ୍ତ ଯୋଗ ଅଛି।
ମିଥୁନ : ଆୟୁଷ୍ମାନ୍ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ପ୍ରାପ୍ତିର ସୂଚନା ମିଳୁଛି। ପତ୍ନୀ ଗୃହଭାର ସମ୍ଭାଳିବେ।
କର୍କଟ : ମନ ପ୍ରସନ୍ନ ରହିବ। କୁଳପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ।
ସିଂହ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।
କନ୍ୟା : ପରିସ୍ଥିତି ଆପଣଙ୍କୁ ଈର୍ଷା ପରାୟଣ କରି ଦେଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁ ବଳବାନ୍ ଥାଇବି ଆପଣଙ୍କ କ୍ଷତି ଘଟାଇବା ସମ୍ଭବପର ନୁହେଁ।
ତୁଳା : ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।
ବିଛା : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟୁଷ୍ମାନ୍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ। ପରିସ୍ଥିତିକୁ ଆକଳନ କରି ଗୃହଖର୍ଚ୍ଚକୁ ସୀମିତ କରିବେ।
ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଶିକ୍ଷିତା ପତ୍ନୀ କାର୍ଯ୍ୟରେ ସଯୋଗ କରିବେ।
ମକର : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ଦାନୀ ହେବେ।
କୁମ୍ଭ : ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ।
ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ।






More Stories
ମନ ପ୍ରସନ୍ନ ରହିବ…..
ସତର୍କ ରହିବା ଭଲ…..
ସତର୍କତାର ସହ ଚଳିବାକୁ ପଡ଼ିବ…..