Report Card Odisha

| Daily Odia News

ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଆୟ ଆଶାନୁରୂପ ହେବ। ମୋକଦ୍ଦମାରେ ବିଜୟୀ ହେବେ। ରଣକ୍ଷେତ୍ରରେ ସୈନିକମାନେ ବୀରତ୍ବ ପ୍ରଦର୍ଶନ କରିବେ। ବଳଶାଳୀ ହେବେ।
ବୃଷ: ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ଚକ୍ଷୁ​‌େ​‌ରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ପରୋପକାର ଜୀବନର ଧର୍ମ ହେବ।
ମିଥୁନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। କରିତ୍‌କର୍ମା ହେବେ।
କର୍କଟ: ମନ ପ୍ରସନ୍ନ ରହିବ। କୁଳ ଉଳକାରୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ସିଂହ: ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା ହେବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସତର୍କରେ ଚଳିବେ।
ତୁଳା: ବନ୍ଧୁମିଳନ ଶୁଭଦାୟକ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ଉତ୍ସର୍ଗ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ମନରେ ଥିବା ଅହଂଭାବକୁ ବିସର୍ଜନ କରିପାରନ୍ତି।
ବିଛା: ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ହେବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ମକର: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି।
କୁମ୍ଭ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହୋଇପାରନ୍ତି।
ମୀନ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ଚରିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ।

Breaking News