ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ : ଆୟୁଷ୍ମାନ୍ ହେବେ। ପରିସ୍ଥିତିକୁ ଆକଳନ କରି ଖର୍ଚ୍ଚ ସୀମିତ କରିବାକୁ ବାଧ୍ୟ ହେବେ। ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।
ବୃଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ।
ମିଥୁନ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ବୁଦ୍ଧିମାନ ହେବେ।
କର୍କଟ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଭକ୍ତିଭାଜନ ହୋଇପାରନ୍ତି। ସର୍ବତ୍ର ବିଜୟୀ ହେବେ।
ସିଂହ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ
କନ୍ୟା : ବନ୍ଧୁ ମିଳନରେ ଆପଣ ଚର୍ଚ୍ଚାର ପରିସରଭୁକ୍ତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହୋଇପାରେ।
ତୁଳା : ଏକାନ୍ତରେ ରହିଲେ ନିଃସ୍ବାର୍ଥପର ତପ ଓ ସାଧନା ଫଳବତୀ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ମନରେ ଉପୁଜିଥିବା ଅହଂଭାବକୁ ସମର୍ପି ଦେଇପାରନ୍ତି। ପତ୍ନୀ ସହାୟିକା ହେବେ।
ବିଛା : କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ।
ଧନୁ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ସରକାରଙ୍କ କୃପାପାତ୍ର ହେବେ।
ମକର : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।
କୁମ୍ଭ : ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ବାଣିଜ୍ୟ କାରବାର ସୁଚାର ରୂପେ ପରିଚାଳିତ ହେବ। ବିଚକ୍ଷଣ ବୁଦ୍ଧିଯୁକ୍ତ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ମୀନ : ବନ୍ଧୁ ମିଳନ ଘଟିପାରେ। ବ୍ୟବସାୟ ଲାଭଦାୟକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ।
More Stories
ସମ୍ମାନିତ ହେବେ….
ସାହସୀ ଓ ଜ୍ଞାନୀ ହେବେ…..
ସୁନା ଦର ୯୮ ହଜାର ପାର୍…..