Report Card Odisha

| Daily Odia News

ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ବହିବ।

ବୃଷ: ଉଦାରଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ମିଥୁନ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

କର୍କଟ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।

ସିଂହ: ରୋଜଗାର ଆଶାନୁରୂପ ହେବ। ଆହାରେ ଆତ୍ମସନ୍ତୋଷ ମିଳିପାରେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ।
କନ୍ୟା: ସାଧନାରେ ସିଦ୍ଧିପ୍ରାପ୍ତର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ନୀତିନିଷ୍ଠ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ସାହସୀ ଓ ଜ୍ଞାନୀ ହେବେ।
ତୁଳା: ଆୟୁଷ୍ମାନ ହୋଇପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଧନଲାଭ ସହିତ ସମ୍ମାନିତ ହେବେ। ଯାନବାହନ ସୁଖ ମିଳିବ।

ବିଛା: କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାରଙ୍କ ପ୍ରତି ସ୍ନେହଶ୍ରଦ୍ଧା ରହିବ।

ଧନୁ: ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର: ପ୍ରତିରୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଜଳଯାତ୍ରା ବିପଦର କାରଣ ହୋଇପାରେ।

କୁମ୍ଭ: ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ସତ୍ୟବାଦ୍ୟୋ ଦୃଢ଼ବ୍ରତ ଆଚରଣ କରିପାରନ୍ତି। ପବିତ୍ର ଭାବନାରେ ସେବକ ହେବେ।
ମୀନ: ବାହ୍ୟ ଖର୍ଚ୍ଚ ଉପରେ ଅଂକୁଶ ଲଗାଇ ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

Breaking News