Report Card Odisha

| Daily Odia News

ସାହସୀ ଓ ଜ୍ଞାନୀ ହେବେ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ଧନବାନ୍‌ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୈନିକମାନେ ଋଣକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ।

ବୃ​ଷ :‌ କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜିନତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର ବାକ୍ୟ ବିନିମୟରେ ପରକୁ ଆପଣାର କରିବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

ମିଥୁନ : ଆୟୁଷ୍ମାନ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

କର୍କଟ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତସମ୍ପନ୍ନ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ସିଂହ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଜୀବନ ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।

କନ୍ୟା : ସାମୟିକ ଭାବେ ଈର୍ଷାପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ଶତ୍ରୁତା ବୃଦ୍ଧିର ସୂଚନା ମିଳୁଛି। ଯାନବାହନ ଚଳାଚଳ ଉପରେ ସତର୍କ ଦୃଷ୍ଟି ରଖିବେ।

ତୁଳା​‌ :​‌ ବନ୍ଧୁ ମିଳନ ଘଟିବାର ସମ୍ଭାବନା ରହିଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ଉତ୍ସର୍ଗୀକୃତ ମନୋଭାବ ନେଇ କାର୍ଯ୍ୟ କରିବେ। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ବିଛା : ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି କ୍ଷେତ୍ରରୁ ପ୍ରବାହିତ ହେବ।
ମକର : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
କୁମ୍ଭ : ମନ ପ୍ରସନ୍ନ ରହିବ। ଈଶ୍ବରୀୟ ଚେତନାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଭାଷା ମଧୁର ଓ ବ୍ୟବହାର ମାର୍ଜିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ତପସ୍ବୀ ହେବେ।
ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

Breaking News