Report Card Odisha

| Daily Odia News

ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ: ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବନ୍ଧୁମିଳନରେ ସେବାଧର୍ମ ଶୀର୍ଷକ ଆଲୋଚନା ହେବ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ସୁଖଦାୟକ ହେବ। ଅହଂର ବିନାଶ ହେବ।

ବୃଷ: ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। କିଛିଟା ଅଶୁଭ ଫଳ ମିଳିପାରେ।

ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହେବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

କର୍କଟ: ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମରେ ପାରଦର୍ଶୀ ହେବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ। ଯାନବାହନ ସୁଖ ମିଳିବ।

ସିଂହ: ମନ ପ୍ରସନ୍ନ ରହିବ। ଈଶ୍ବରବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ସ୍ନେହପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।

କନ୍ୟା: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

ତୁଳା: ରୋଜଗାର ଊଣା ହେବ ନାହିଁ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ। ରଣକ୍ଷେତ୍ରରେ ​କୌଶଳୀ ହେବେ। ବୀରତ୍ବ ପ୍ରଦର୍ଶନ କରିବେ।

ବିଛା: କର୍ମଚଞ୍ଚଳ ରହି​‌ବେ। ଏକାନ୍ତରେ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ନୀତିନିଷ୍ଠ ହେବେ। ଗୁପ୍ତବିଦ୍ୟାରେ ଋଚି ରହିବ। ମୋକଦ୍ଦମାରେ ବିଜୟୀ ହେବେ।

ଧନୁ: ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ ଓ ଆର୍ଥିକ ଅନୁଦାନ ପ୍ରାପ୍ତିର ସୂଚନା ମିଳୁଛି। ଗୃହ ସୁଖ ସହିତ ଯାନବାହନ ସୁଖ ମିଳିବ।

ମକର: ମନ ପ୍ରସନ୍ନ ରହିବ। କୁଳପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଦାୟକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

କୁମ୍ଭ: ନିଜର ଭାଗ୍ୟନିୟନ୍ତା ନିଜେ ହେବେ। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ ଓ ସାହସୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। ସତ୍ୟପ୍ରଜ୍ଞ ହେବେ।

ମୀନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ମାତ୍ର ଏଥିରୁ ନିବୃତ୍ତି ରହିଲେ ମହାଫଳପ୍ରାପ୍ତ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହୋଇପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି।

 

Breaking News