Report Card Odisha

| Daily Odia News

ଧାର୍ମିକ ଓ ତେଜସ୍ବୀ ହେବେ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେଷ : ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ପ୍ରଭାବହୀନ ହୋଇପାରନ୍ତି। ଧନଧାନ୍ୟରେ ପରିପୁଷ୍ଟ ହେବେ। ପାରିବାରିକ ସୁଖ ମିଳିବ।

ବୃଷ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟଶୀଳ ହେବେ। ପତ୍ନୀଙ୍କ ସଦୁପଯୋଗ ଗ୍ରହଣୀୟ।

ମିଥୁନ : ବଦ୍‌ଖର୍ଚ୍ଚ ପାଇଁ ଅନୁତତ୍ପ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳରେ ଶତ୍ରୁ ବିନାଶ କରିବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ।
କର୍କଟ : କର୍ମଚଞ୍ଚଳ ହେବେ। କନ୍ୟାସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହେବ। ଜୁଆ, ଲଟେରି ଇତ୍ୟାଦିରୁ ଧନଲାଭ ହୋଇପାରେ। ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତ ହେବେ। ଧାର୍ମିକ ଓ ତେଜସ୍ବୀ ହେବେ।
ସିଂହ : ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ଯାନବାହନ ସୁଖ ମିଳିବ।

କନ୍ୟା : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷାର ମାଧୁରିମାରେ ଜନମନ ବଶ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭାବ, ଭକ୍ତି ମିଳିପାରେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।

ବିଛା :​‌ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ମିଳିପାରେ। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିବେ। ଉତ୍ତମ ଭୋଜନ କରିପାରନ୍ତି।

ଧନୁ : ଥଣ୍ଡାକଫରେ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ପରୋପକାରରେ ଧନ ବ୍ୟୟ କରିବେ।

ମକର : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ସରକାରୀ ସ୍ତରରୁ ଅର୍ଥ ଓ ସମ୍ମାନ ମିଳିବ।

କୁମ୍ଭ : କୁଳ ପ୍ରଦୀପ ହେବେ। ପ୍ରସନ୍ନଚିତ୍ତ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ।

ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗବିଳାସ ପ୍ରତି ମନ ବଳାଇପାରନ୍ତି। ସୁଖସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Breaking News