ରିପୋର୍ଟ କାର୍ଡ / ଗଞ୍ଜାମ
ଯୌତୁକ ଆଗରେ ସମ୍ପର୍କ ହେଲା ତୁଚ୍ଛ | ସ୍ତ୍ରୀ ଦେହରେ ନିଆଁ ଲଗାଇଦେଲା ନିଷ୍ଠୁର ସ୍ୱାମୀ | ଏଭଳି ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗ୍ରାମର ମାଝି ସାହିରେ | ରିତା ପ୍ରଧାନଙ୍କୁ ତାଙ୍କ ସ୍ୱାମୀ ସଞ୍ଜୟ ପ୍ରଧାନ ସାନିଟାଇଜର ପକାଇ ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି । ରୀତାଙ୍କ ଶରୀର ୩୦ ଭାଗ ପୋଡିଯାଇଛି । ପେଟ ଅଂଶ ପୋଡ଼ି ଯାଇଥିବା ବେଳେ ନିଜେ ଶରୀରରେ ପାଣି ଢାଳି ନିଜ ଜୀବନ ବଞ୍ଚାଇ ଦୌଡ଼ି ଦୌଡ଼ି ନିକଟସ୍ଥ ଅନ୍ୟ ଏକ ସାହିରେ ରହୁଥିବା ମାଉସୀଙ୍କ ଘରେ ପହଞ୍ଚି ସବୁକଥା କହିଥିଲେ । ଏହା ପରେ ଗୁରୁତର ଅବସ୍ଥାରେ ମହିଳାଙ୍କୁ ଏମ୍କେସିଜିରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁୟାରେ- ୨୦୧୮ରେ ରିତା ଏବଂ ସଞ୍ଜୟଙ୍କ ବିବାହ ହୋଇଥିଲା ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……