ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜିଠାରୁ ଆରମ୍ଭ ହେଉଛି ଆଇଏଏସ ସମ୍ମିଳନୀ। ପ୍ରାୟ ଦୁଇ ବର୍ଷ ବ୍ୟବଧାନରେ ରାଜ୍ୟର ବରିଷ୍ଠ ଅଧିକାରୀଙ୍କର ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଚାଲିବ ଏହି ସମ୍ମିଳନୀ । ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଦୁଇ ଦିନିଆ ସମ୍ମିଳନୀ ଆୟୋଜନ ନେଇ ସ୍ଥିର ହୋଇଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି ବିଗତ ଦୁଇ ବର୍ଷ ହେବ ଏହା ଆୟୋଜିତ ହୋଇପାରୁ ନଥିଲା। ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଓ ଆସନ୍ତାକାଲି କୋଣାର୍କ ଇକୋ ରିଟ୍ରିଟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ଜଣାଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ଏହି ସମ୍ମିଳନୀରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ଜିଲ୍ଲାପାଳମାନେ ଯୋଗ ଦେବେ।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..