Report Card Odisha

| Daily Odia News

ଆଇଏଏସ ସ୍ତରରେ ଅଦଳବଦଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭାରତୀୟ ପ୍ରଶାସନିକ ସେବା ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। କେନ୍ଦ୍ରରୁ ଡେପୁଟେସନରେ ଫେରିବା ପରେ ଉଷା ପାଢ଼ୀଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଉଷା ପାଢ଼ୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି। ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ଉଷା ପାଢ଼ୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ଦାୟିତ୍ବ ମଧ୍ୟ ପ୍ରଦାନ କରାଯାଇଛି। ସେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ ତୁଲାଇବେ। ଏହା ସହିତ ଆଇଏଏସ୍ ହେମନ୍ତ ଶର୍ମା ଓ ବିଷ୍ଣୁପଦ ସେଠୀଙ୍କୁ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦିଆଯାଇଛି ବୋଲି ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Breaking News