ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି ଗାଈଗୋରୁଙ୍କୁ ରାସ୍ତା କିମ୍ବା ଏଣେତେଣେ ଛାଡ଼ିପାରିବେନି ମାଲିକ। ଯଦି ଛାଡ଼ିବେ, ତେବେ ବିଏମସି ଗାଈଗୋରୁଙ୍କୁ ଗୋଶାଳାକୁ ଉଠାଇ ନେବ। ଆଉ ଯେଉଁ ମାଲିକ ସେମାନଙ୍କ ଗାଈ ବୋଲି ଦାବି କରିବେ, ସେମାନଙ୍କ ବିରୋଧରେ ଆଇନ୍ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ରାଜଧାନୀ ରାଜରାସ୍ତାରେ ବୁଲା ଗାଈଗୋରୁଙ୍କୁ ମୁକ୍ତ ବିଚରଣ ରୋକିବାକୁ ବିଏମସି ଏହି ନୂଆ ଗାଇଡଲାଇନ୍ ଜାରି କରିଛି। ଗତକାଲି ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। ବୁଲା ଗାଈଗୋରୁଙ୍କ ପାଇଁ ସହରରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି। ଏହାସହ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହେଉଛି। ଏହାକୁ ରୋକିବା ଲାଗି ଏଭଳି ପଦକ୍ଷେପ ନେବାକୁ ଯାଉଛି ବିଏମସି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..