ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୋମବାର ଅବପାତର ରୂପ ନେଉଛି । ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ ଏବଂ ପରେ ଭୟଙ୍କର ବାତ୍ୟାର ରୂପ ନେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ । ଏହା ପାରାଦ୍ୱୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ୟସ୍ ବାତ୍ୟାର ରୂପ ନେବା ପରେ ଏହାର ବେଗ ଘଣ୍ଟାପ୍ରତି ୧୫୫ ରୁ ୧୬୫ କିଲୋମିଟର ଓ ସ୍ଥଳବିଶେଷରେ ଏହାର ବେଗ ୧୮୫ କିଲୋ ମିଟରକୁ ବୃଦ୍ଧି ପାଇବ। ବାତ୍ୟା ପ୍ରଭାବରେ କେତେକ ସ୍ଥାନରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାତ୍ୟା ସ୍ଥଳଭାଗ ଛୁଇଁବାର ୬ ଘଣ୍ଟା ପୂର୍ବରୁ ଓ ୬ ଘଣ୍ଟା ମଧ୍ୟରେ ଅଧିକ କ୍ଷୟକ୍ଷତି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବଡ଼ବଡ଼ ଗଛ, ବିଦ୍ୟୁତ୍ଖୁଣ୍ଟ ଭାଙ୍ଗିବା ସହ ଟିଣ ଏବଂ ଆଜବେଷ୍ଟସ୍ ଘର କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ସେହିପରି କଚ୍ଚା ଘର ପାଇଁ ମଧ୍ୟ ବିପଦ ରହିଛି। ତେଣୁ ଏହି ସବୁ ଘରେ ରହୁଥିବା ଲୋକଙ୍କୁ ସତର୍କ ରହିବା ପାଇଁ କୁହାଯାଇଛି । ଆସନ୍ତାକାଲିଠାରୁ ଉତ୍ତର ଓଡ଼ିଶାରେ ବର୍ଷା ଆରମ୍ଭ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଜଗତ୍ସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ।






More Stories
ଓଡିଶା ସରକାରଙ୍କୁ ଟାର୍ଗେଟ କଲେ ମହୁଆ……
ଦକ୍ଷିଣ ଗାଜା ଉପରେ ଇସ୍ରାଏଲର ଆକ୍ରମଣ…..
କେନ୍ଦ୍ରୀୟ ଅବକାରୀ ବିଲ୍ ପାସ୍…..