ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହୋଇଛନ୍ତି। ଆଜି ସେ ଗୋଟିଏ ମାମଲାରେ ଇସଲାମାବାଦ ହାଇକୋର୍ଟରେ ହାଜର ହେବାକୁ ଯାଉଥିଲେ। କିନ୍ତୁ କୋର୍ଟ ବାହାରେ ହିଁ ପୋଲିସ ତାଙ୍କୁ ଗିରଫ କରିଛି। ଏହାକୁ ନେଇ ତାଙ୍କ ଦଳ ପିଟିଆଇର କର୍ମୀ ଓ ନେତାମାନେ ବିକ୍ଷୋଭ ଆରମ୍ଭ କରି ଦେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ପାକିସ୍ତାନ ରେଞ୍ଜର୍ସ ଇମ୍ରାନ ଖାନଙ୍କୁ ଗିରଫ କରିଛି। ଅଲ-କାଦିର ଟ୍ରଷ୍ଟ ମାମଲାରେ ଏପରି ଗିରଫଦାରୀ ହୋଇଛି। ଇମ୍ରାନ ଖାନଙ୍କ ନାଁରେ ଏକାଧିକ ଏଫଆଇଆର ରୁଜୁ ହୋଇଥିଲା। ଏହି ଘଟଣାରେ ସେ ଜାମିନ ପାଇବା ପାଇଁ ଆଜି ଇସଲାମାବାଦ ହାଇକୋର୍ଟରେ ହାଜର ହେବାକୁ ଯାଉଥିଲେ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..