ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଉପରକୁ ଗୁଳିମାଡ଼ ହୋଇଛି । ସେ ଓ୍ବାଜିରାବାଦରେ ରିଅଲ ଫ୍ରିଡମ ରାଲି କରୁଥିବାବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ସୂଚନା ମିଳୁଛି । ତାଙ୍କ ଗୋଡ଼ରେ ଗୁଳି ବାଜିବାରୁ ସେ ଆହତ ହୋଇଛନ୍ତି । କିନ୍ତୁ ସେ ବିପଦମୁକ୍ତ ଥିବା ତାଙ୍କ ଦଳ ପିଟିଆଇ ପକ୍ଷରୁ କୁହାଯାଇଛି । ଏହି ଗୁଳିମାଡ଼ରେ ଇମ୍ରାନଙ୍କ ପାଖରେ ଥିବା ପିଟିଆଇ ନେତା ଫୈଜଲ ଜାଭେଦ ବି ଆହତ ହୋଇଛନ୍ତି । ଗୁଳିମାଡ଼ ପରେ ଇମ୍ରାନଙ୍କୁ ତୁରନ୍ତ ଏକ ବୁଲେଟ ପ୍ରୁଫ ଗାଡ଼ି ଭିତରକୁ ନିଆଯାଇଥିଲା ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….