ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଆରମ୍ଭ ହେଉଛି ମେକ୍ ଇନ୍ ଓଡ଼ିଶାର ତୃତୀୟ ସଂସ୍କରଣ | ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୨ ଡିସେମ୍ବର ୪ ପର୍ଯ୍ୟନ୍ତ ଜନତା ମଇଦାନରେ ଏହି ସମ୍ମିଳନୀ ଚାଲିବ। ୩୦ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରିବେ। ୭ଟି ପ୍ରମୁଖ ସେକ୍ଟର ଉପରେ ଫୋକସ୍ ରଖାଯାଇଛି। ମେଟାଲ ଓ ମିନେରାଲ, ପେଟ୍ରୋକେମିକାଲ, ଟେକ୍ସଟାଇଲ, ଫୁଡ଼ ପ୍ରୋସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଏବଂ ଆଇଟି ସେକ୍ଟରକୁ ଅଧିକ ଫୋକସ୍ କରାଯାଇଛି। ଏଥିରେ ୧୦୦ରୁ ଅଧିକ ଶିଳ୍ପପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେ କହିଛନ୍ତି, ୧୩୦ଟି ଶିଳ୍ପ ସଂସ୍ଥା ଓଡ଼ିଶାରେ ପୁଞ୍ଜି ନିବେଶ କରିବେ ବୋଲି ରାଜ୍ୟ ସରକାର ଆଶା ରଖିଛନ୍ତି। ଏଥିରେ ଆର୍ସେଲର୍ ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଏଲ୍ ଏନ୍ ମିତ୍ତଲ, ଆଦିତ୍ୟ ବିର୍ଲା ଗ୍ରୁପ୍ ଅଧ୍ୟକ୍ଷ କୁମାର ମଙ୍ଗଲମ୍ ବିର୍ଲା, ବେଦାନ୍ତ ରିସୋର୍ସ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ, ଜେଏସଡବ୍ଲୁ ଗ୍ରୁପ୍ ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲ, ଜେଏସପିଏଲ ଅଧ୍ୟକ୍ଷ ନବୀନ ଜିନ୍ଦଲ, ଟାଟା ଷ୍ଟିଲ ସିଇଓ ତଥା ଏମଡ଼ି ଟି ଭି ନରେନ୍ଦ୍ରନ୍ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..