ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ହୋଇଛି | ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ






More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..