ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରକାରୀ କର୍ମଚାରୀ ମାନଙ୍କ ପାଇଁ ଖୁସି ଖବର | ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ। ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ ।






More Stories
ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ,ପ୍ରୋଜେକ୍ଟ କାର୍ଯ୍ୟ ବାଧ୍ୟତାମୂଳକ…..
ବିହାର ଭୋଟ ଗଣତି : ୧୯୦ ସିଟରେ ଆଗୁଆ ଏନଡିଏ….
କେନ୍ଦ୍ରାପଡାରେ ଫୁଟିଲା ଗୁଳି……