ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରକାରୀ କର୍ମଚାରୀ ମାନଙ୍କ ପାଇଁ ଖୁସି ଖବର | ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ। ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ ।






More Stories
ପ୍ରବଳରୁ ଅତି ପ୍ରବଳ ବର୍ଷା:୧୩ ଜିଲ୍ଲାକୁ ରେଡ୍-ଅରେଞ୍ଜ ଓ୍ବାର୍ନିଂ ଜାରି…..
ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁ :ଦଳା ଚକଟା ନୁହେଁ ଅଣନିଶ୍ବାସୀ ହେବାରୁ….
ଅଟକିଲା ନନ୍ଦିଘୋଷ,ସକାଳ ସାଢେ ୯ଟାରେ ପୁଣି ଟଣା…..