ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ୟୁକ୍ରେନରେ ପ୍ରଥମ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ଖାରକିଭ୍ରେ ଘଟିଥିବା ବୋମାମାଡ଼ରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଥିବା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ- ଆମେ ବେଶ ଦୁଃଖର ସହ କହିବାକୁ ଚାହୁଁଛୁ ଯେ ଆଜି ସକାଳେ ଖାରକିଭରେ ହୋଇଥିବା ଶେଲିଂରେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାର ଲୋକଙ୍କ ସହ ମନ୍ତ୍ରଣାଳୟ ଯୋଗାଯୋଗରେ ରହିଛି। ଆମେ ଛାତ୍ରଙ୍କ ପରିବାର ଲୋକଙ୍କ ପ୍ରତି ଗଭୀର ସମବେଦନା ଜଣାଉଛୁ।

ବୈଦେଶିକ ସଚିବ ରୁଷ ଓ ୟୁକ୍ରେନ ରାଷ୍ଟ୍ରଦୂତଙ୍କୁ ଡକାଇ ଭାରତୀୟଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ବ୍ୟବସ୍ଥା କରିବାକୁ କହିଛନ୍ତି। ଖାରକିଭ ଓ ଯୁଦ୍ଧ କ୍ଷତିଗ୍ରସ୍ତ ଅଞ୍ଚଳରେ ଫସିଥିବା ଭାରତୀୟଙ୍କୁ ଫେରାଇ ଆଣିବାକୁ ତୁରନ୍ତ ପଦକ୍ଷେପ ନିଆଯାଉଛି। ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ପାଇଁ ରୁଷ ଓ ୟୁକ୍ରେନରେ ଅବସ୍ଥାପିତ ଆମ ରାଷ୍ଟ୍ରଦୂତମାନେ ମଧ୍ୟ ପଦକ୍ଷେପ ନେଉଥିବା ମନ୍ତ୍ରଣାଳୟ ପକ୍ଷରୁ ଟ୍ୱିଟ କରାଯାଇଛି।






More Stories
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନ ନିକଟରେ କଂଗ୍ରେସର ପ୍ରତିବାଦ….
ପେପର ଲିକ୍ କୌଣସି ରାଜନୈତିକ ପ୍ରସଙ୍ଗ ନୁହେଁ…..
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….