Report Card Odisha

| Daily Odia News

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୩୨୭ ନୂଆ ଆକ୍ରାନ୍ତ ଚିହ୍ନଟ……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮,୩୨୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ୧୦୮ ଜଣଙ୍କର ମୃତ୍ୟୁ ଘଟିଛି | ଏହି ଆକ୍ରାନ୍ତଙ୍କୁ ମିଶାଇ ଭାରତରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୧,୧୧,୯୨,୦୮୮କୁ ବୃଦ୍ଧିପାଇଛି | ଏନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି | ଏହି ଆକ୍ରାନ୍ତଙ୍କ ମଧ୍ୟରୁ ସୁସ୍ଥ ହୋଇଛନ୍ତି ୧୪,୨୩୪ ଜଣ, ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୧,୮୦,୩୦୪ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୫୭,୬୫୬ ଜଣ ପ୍ରାଣ ହରାଇଛନ୍ତି । ଆହୁରି ମଧ୍ୟ ସମସ୍ତ ୧,୦୮,୫୪,୧୨୮ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

Breaking News