ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଇଣ୍ଡୋନେସିଆ ରାଜଧାନୀ ଜାକର୍ତ୍ତା ଓ ଆଇଲ୍ୟାଣ୍ଡ ଜାଭାରେ ପୁଣିଥରେ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଛି। ସୂଚନା ମୁତାବକ, ଗୁରୁବାର ସକଳେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିବା । ରିକ୍ଟର ସ୍କେଳରେ ଏହାର ତୀବ୍ରତା ୫.୮ ରେକର୍ଡ କରାଯାଇଥିଲା। ଯାହା ଗତ ନଭେମ୍ବର ମାସଆସିଥିବା ଭୂମିକମ୍ପ ଠାରୁ ଅଧିକ। ତେବେ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି | ୫.୮ ତୀବ୍ରତା ଥିବା ଏହି ଭୂମିକମ୍ପର କେନ୍ଦ୍ର ସ୍ଥଳ ପଶ୍ଚିମ ଜାଭା ପ୍ରଦେଶର ସିରାନଜାଙ୍ଗ ପର୍ବତରର ୧୪ କିଲୋମିଟର ଉତ୍ତର-ପଶ୍ଚିମ ଦିଗରେ ୧୨୩.୭ କିଲୋମିଟର ଗଭୀରରେ ଥିବା ବୈଜ୍ଞାନିକମାନେ ସୂଚନା ଦେଇଛନ୍ତି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..