ରିପୋର୍ଟ କାର୍ଡ / ଭୁବନେଶ୍ଵର
ଚାକିରିରୁ ବହିଷ୍କାର ହେଲେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା । ପୋଲିସ ଡିଜି ସୁନୀଲ ବଂଶଲ ଆଜି ମାନସୀ ଜେନାଙ୍କୁ ବହିଷ୍କାର କରିଛନ୍ତି। ମାନସୀ ଲାଞ୍ଚ ନେଇଥିବାରୁ ଡିଜିପି ଶ୍ରୀ ବଂଶଲ ଏହି ପଦକ୍ଷେପ ନେଇଛନ୍ତି। ସୂଚନାଯୋଗ୍ୟ, ଲାଞ୍ଚ ନେବା ମାମଲାରେ ଗିରଫ ହୋଇ ମାନସୀ ଜେନା ଏବେ ଜେଲରେ ଅଛନ୍ତି। ସେ ଗତ ମେ’ ମାସ ୧୨ ତାରିଖରେ ଜଣେ ସହଯୋଗୀଙ୍କ ଜରିଆରେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଆଗରୁ ଭିଜିଲାନ୍ସରେ ପଡ଼ିଥିବା ଜଣେ ସରକାରୀ ଅଧିକାରୀଙ୍କ ମାମଲାର ତଦନ୍ତକାରୀ ଅଧିକାରୀ ଥିଲେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା। ସଂପୃକ୍ତ ଅଧିକାରୀଙ୍କ ମାମଲା ରଫାଦଫା କରିବା ପାଇଁ ସେ ବରଗଡ଼ର ମୁକେଶ ସାହୁ ନାମକ ଜଣେ ବେସରକାରୀ ଲୋକଙ୍କ ଜରିଆରେ ମାନସୀ ୧୦ ଲକ୍ଷ ଟଙ୍କା ମାଗିଥିଲେ। ଘଟଣା ଦିନ ମୁକେଶ ୧୦ ଲକ୍ଷ ଟଙ୍କା ଦେବାବେଳେ ଓଡ଼ିଶା ଭିଜିଲାନ୍ସର ଆଭ୍ୟନ୍ତରୀୟ ୟୁନିଟ୍(ଆଇଭିୟୁ) ହାତରେ ସେ ଧରାପଡ଼ିଥିଲେ। ମାନସୀଙ୍କ ନିର୍ଦ୍ଦେଶ ଅନୁସାରେ ମୁକେଶ ଏହି ଟଙ୍କା ଗ୍ରହଣ କରିଥିଲେ। ମାନସୀଙ୍କୁ ଦେବାପୂର୍ବରୁ ରାସାୟନିକ ପ୍ରଲେପ ଦିଆ ଏହି ଟଙ୍କା ସବୁକୁ ଭିଜିଲାସ୍ ଅଧିକାରୀମାନେ ଜବତ କରିଥିଲେ। ଏହାପରେ ମାନସୀଙ୍କ ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଭୁବନେଶ୍ବରରେ ଥିବା ଘରେ ଚଢ଼ଉ କରାଯାଥିଲା। ଏଥିସହିତ ମୁକେଶଙ୍କ ବରଗଡ଼ ବାସଭବନରେ ମଧ୍ୟ ଭିଜିଲାନ୍ସ ଚଢ଼ଉ କରିଥିଲା।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..