Report Card Odisha

| Daily Odia News

ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ନିର୍ଦେଶାବଳୀ ପ୍ରସ୍ତୁତ ଚାଲିଛି……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଚିଟଫଣ୍ଡ ଟଙ୍କା ଫେରସ୍ତ ନିର୍ଦେଶାବଳୀ ସରଳୀକରଣ କରାଯିବା ପରେ ସମସ୍ତେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଟଙ୍କା ଫେରିପାଇବେ ବୋଲି ବିଧାନସଭାରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବେ। ପ୍ରକ୍ରିୟାକୁ ସରଳୀକରଣ ପାଇଁ ନୂଆ ନିର୍ଦେଶାବଳୀ ପ୍ରସ୍ତୁତ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ୯୬ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫କୋଟି ୯୫ଲକ୍ଷ ଟଙ୍କା ଫେରସ୍ତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।

Breaking News