ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯିବ। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଆନ୍ତଃ ରାଜ୍ୟ ବିବାଦ ସମ୍ପର୍କରେ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ ଏବଂ କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଛି। ଆଲୋଚନାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ ଆୟୁକ୍ତ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……