Report Card Odisha

| Daily Odia News

IPS ଡିଏସ୍‌ କୁଟ୍ଟେ ସସ୍‌ପେଣ୍ଡ,ଦିଲ୍ଲୀରେ ଯୋଗ ଦେବାକୁ ନିର୍ଦ୍ଦେଶ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବିଜେଡି ପାଇଁ ରାଜନୀତି କରି ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ସସ୍‌ପେଣ୍ଡ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ୧୯୯୭ ବ୍ୟାଚ୍ ଆଇପିଏସ୍ ଡିଏସ କୁଟ୍ଟେଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି | ତାଙ୍କୁ ଆଜି ଅପରାହ୍ନ ୩ଟା ସୁଦ୍ଧା ଦିଲ୍ଲୀରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଇଭିଏମ୍ ମେସିନ୍ ଭଙ୍ଗା ଘଟଣାରେ ଫସାଇବା ଡିଏସ୍ କୁଟ୍ଟେଙ୍କୁ ମହଙ୍ଗା ପଡ଼ିଛି।

ସେହିପରି ୨୦୧୦ ବ୍ୟାଚ୍ ଆଇପିଏସ୍ ଆଶିଷ କୁମାର ସିଂଙ୍କ ସ୍ୱାସ୍ଥ୍ୟ ଖରାପର ଯାଂଚ ଭୁବନେଶ୍ୱର ଏମସ୍ ଡାକ୍ତର ବୋର୍ଡ କରିବାକୁ ଆଜି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୁପାରିଶ ଓ ରିପୋର୍ଟ ଆଧାରରେ ନିର୍ବାଚନ କମିଶନ ଆଇପିଏସ୍ ଅଫିସର ଡିଏସ କୁଟ୍ଟେ ଓ ଆଶିଷ ସିଂଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଦୁଇ ଆଇପିଏସ୍ ଅଫିସର ନିର୍ବାଚନୀ ଗତିବିଧିରେ ସମ୍ପୃକ୍ତ ଥିବାର ସିଧାସଳଖ ପ୍ରମାଣ ବାରମ୍ବାର ମିଳିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଡିଏସ୍ କୁଟ୍ଟେଙ୍କୁ ଚାକିରିରୁ ତତ୍କାଳ ପ୍ରଭାବରୁ ନିଲମ୍ବନ କରାଯିବା ସହ ତାଙ୍କୁ ନୂଆଦିଲ୍ଲୀସ୍ଥିତ ମୁଖ୍ୟ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ଆଜି ଅପରାହ୍ନ ୩ଟା ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ଡିଏସ କୁଟ୍ଟେଙ୍କ ବିରୁଦ୍ଧରେ ଥିବା ଚିଠା ଚାର୍ଜସିଟକୁ ରାଜ୍ୟ ମୁଖ୍ୟ ସଚିବଙ୍କୁ ଦେବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଡିଏସ କୁଟ୍ଟେଙ୍କ ବିରୁଦ୍ଧରେ ଚାକିରି ସର୍ତ୍ତାବଳୀ ଅନୁସାରେ ଆବଶ୍ୟକ ଚାର୍ଜସିଟ୍ ମେ’ ୩୦ତାରିଖ ସୁଦ୍ଧା ପ୍ରସ୍ତୁତ କରିବାକୁ ମଧ୍ୟ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଜାରି ହୋଇଛି ।

Breaking News