ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଇରାନ୍ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ଆଜରବାଇଜାନ୍ ସୀମାନ୍ତରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ରାଷ୍ଟ୍ରପତି ଇବ୍ରାହିମ୍ ରୈସିଙ୍କର ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି | ରାଷ୍ଟ୍ରପତି ଇବ୍ରାହିମ ରୈସି ଏବଂ ତାଙ୍କ ବୈଦେଶିକ ମନ୍ତ୍ରୀ ହୋସେନ୍ ଅମିରାବଡୋଲହିଆନ ମଧ୍ୟ ପ୍ରାଣ ହରାଇଛନ୍ତି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ଦାବି କରିଛି। ରିପୋର୍ଟରେ କୁହାଯାଇଛି ଯେ, ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ ହୋଇଛି। ଏହା ପୂରାପୁରି ଧ୍ୱଂସ ହୋଇଯାଇଛି। ଏଥିରେ ଥିବା ଯାତ୍ରୀଙ୍କ ଜୀବନ୍ତ ଥିବା କୌଣସି ସଂକେତ ନାହିଁ। ଦୀର୍ଘ ୧୭ ଘଣ୍ଟାର ଅପରେଶନ ପରେ ଡ୍ରୋନ୍ ଫୁଟେଜ୍ ଅନୁଯାୟୀ ଉଦ୍ଧାରକାରୀ ଦଳ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟିକୁ ଖୋଜି ବାହାର କରିଥିଲେ। ଯାତ୍ରା ସମୟରେ ସ୍ଥାନୀୟ ଅଞ୍ଚଳର ପାଣିପାଗରେ ହଠାତ୍ ପରିବର୍ତ୍ତନ ସହ ପ୍ରବଳ ବର୍ଷା ଓ କୁହୁଡ଼ି ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି।






More Stories
ମଣିପୁରରେ ସାନି ହିଂସା…..
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..